ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା

ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ପ୍ରେସମିଟ କରିଛନ୍ତି। ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ ବୋଲି କହିଛନ୍ତି ଗଜପତି।

ପୁରୀ ଗଜପତି ମହାରାଜା କହିଛନ୍ତି, ଚିଠି ଲେଖିବା ସତ୍ତ୍ବେ ଇସ୍କନ ନ ମାନି ରଥ ଆୟୋଜନ କରୁଛି। ୩ ତାରିଖର ସ୍ନାନଯାତ୍ରାକୁ ବାତିଲ କଲେ କିନ୍ତୁ ରଥଯାତ୍ରା ଆୟୋଜନ କରୁଛନ୍ତି। ଶ୍ରୀମନ୍ଦିର ପରମ୍ପରା ଭାଙ୍ଗିବା ଠିକ ନୁହେଁ।୧୯୬୯ରୁ ଇସ୍କନ ଅଦିନରୁ ରଥଯାତ୍ରା ଆୟୋଜନ କରିଆସୁଛି। ବାରମ୍ବାର କହିବା ପରେ ୨୦୨୧ରୁ ଭାରତରେ ଅଦିନିଆ ରଥଯାତ୍ରା ହେଉନି। କିନ୍ତୁ ବିଦେଶରେ ନିୟମ ଭାଙ୍ଗି ଇସ୍କନ ଅଦିନିଆ ରଥଯାତ୍ରା କରୁଛି। ଏଭଳି ହେଲେ ଆଗକୁ ଆମେ ଆଇନର ରାସ୍ତା ନେବୁ। ମାର୍ଚ୍ଚ ଯାଏ ଆମକୁ ଅପେକ୍ଷା କରିବାକୁ ପଡ଼ିବ। ମାର୍ଚ୍ଚରେ ଇସ୍କନର ଗଭର୍ନିଂ କାଉନସିଲ ବୈଠକ ଅଛି। ସେଠି ଯଦି ସେମାନେ ମାନିଯିବେ, ଭଲ କଥା। ନଚେତ୍‌ ଏଥର ଆମେ ଛାଡ଼ିବାନି, ବହୁତ ହୋଇଗଲା। ବହୁତ ବୁଝେଇଲୁ, ବହୁତ ଅପେକ୍ଷା କଲୁ କିନ୍ତୁ କିନ୍ତୁ ସମାଧାନ ହେଲାନି। ଏଇଟା ଖେଳଘର ନୁହେଁ। ଏଣିକି ନ ମାନିଲେ ଆଇନଗତ ହେବ। ପ୍ରଚାର ଯାତ୍ରା କର କିନ୍ତୁ ରଥଯାତ୍ରା କରନି ବୋଲି ଗଜପତି ମହାରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ...

ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ଭୁବନେଶ୍ୱର,୬।୧୨: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ...

ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍‌ଘାତରେ ମୃତ୍ୟୁ

ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭...

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ଯୁବକ ଗିରଫ

ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ବାରକୋଟ ଥାନା ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯)ଙ୍କୁ...

ଜନସଂଖ୍ୟା ଅଧିକ, ଆଧାର କେନ୍ଦ୍ର ମାତ୍ର ୩: ଆଧାର ସଂଶୋଧନ ପାଇଁ ଜିଲା ବାହାରକୁ ଯାଉଛନ୍ତି ଲୋକ

ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ...

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ...

ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri