ବର୍ଷେ ହେଲା ବସିନି ରୋଗୀକଲ୍ୟାଣ ସମିତି ବୈଠକ

ବଅଁରପାଳ, ୧୪ା୭(ଡି.ଏନ.ଏ.)

ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ, ରୋଗୀ ସେବା ଉନ୍ନତମାନର କରିବାକୁ ରୋଗୀ କଲ୍ୟାଣ ସମିତି ବୈଠକ ଜରୁରୀ ଥିବାବେଳେ ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପ୍ରତି ୬ ମାସରେ ଥରେ ବୈଠକ ବସିବାର ନିୟମ ଥିଲେ ହେଁ ଦୀର୍ଘ ବର୍ଷେ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ତାହା ଅନୁଷ୍ଠିତ ହୋଇନାହିଁ। ଫଳରେ ପୂର୍ବରୁ ଥିବା ସମସ୍ୟା ସୁଧୁରୁ ନ ଥିବା ବେଳେ ନୂତନ ସମସ୍ୟା ଯୋଗୁ ଏଠାରେ ସେବା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି।
ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁଯାୟୀ, ବହୁ ସମସ୍ୟା ଦେଇ ଗତି କରୁଥିବା ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ହଜାର ହଜାର ଲୋକ ନିର୍ଭରଶୀଳ। ହେଲେ ଏହାର ଉନ୍ନତୀକରଣ ସହ ରୋଗୀଙ୍କୁ ଉପଯୁକ୍ତ ସେବା ପ୍ରଦାନ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉ ନାହିଁ। ଦୀର୍ଘ ଦିନ ହେଲା କେନ୍ଦ୍ରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଆଗେଇପାରୁନାହିଁ। ବହୁ ପୁରାତନ କାର୍ଯ୍ୟାଳୟର କାନ୍ଥ ଫାଟିବା ସହ ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। ଏଠାରେ ଭଲ ସଭାଗୃହଟିଏ ମଧ୍ୟ ନାହିଁ। ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ସୁଧାରିବା ସହ ଉପଯୁକ୍ତ ସେବା ପ୍ରଦାନ ପାଇଁ ପ୍ରତି ୬ ମାସରେ ଥରେ ରୋଗୀ କଲ୍ୟାଣ ସମିତି ବୈଠକ ବସିବା କଥା। ବୈଠକରେ ସମସ୍ୟା ଆଲୋଚନା ସହ ସମାଧାନ ପାଇଁ ପଦକ୍ଷେପ ନିଆଯିବା କଥା। ହେଲେ ବର୍ଷେ ହେଲାଣି ତାହା ହୋଇନାହିଁ। ଶେଷ ଥର ପାଇଁ ଏହି ବୈଠକ ଗତ ବର୍ଷ ଜୁନରେ ବସିଥିଲା। ବଅଁରପାଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୋଗୀ କଲ୍ୟାଣ ସମିତିର ଅଧ୍ୟକ୍ଷ ଥିବାବେଳେ ବିଡିଓ, ମେଡିକାଲ ଅଫିସର, ସିଡିପିଓ, ପରିମଳ ବିଭାଗ ଯନ୍ତ୍ରୀ, ବ୍ଲକ ଶିକ୍ଷା ଅଧିକାରୀ, ଆର୍‌ଡି ବିଭାଗ ଅଧିକାରୀ ଏହାର ସଦସ୍ୟ ରହିଥିଲେ ମଧ୍ୟ ଏହି ବୈଠକ ବସୁ ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ ସମିତି ଅଧ୍ୟକ୍ଷା ଅଞ୍ଜଳି ଭୋଇ କୁହନ୍ତି, ୬ ମାସରେ ଥରେ ବୈଠକ ବସିବା କଥା। କିନ୍ତୁ କରୋନା ପାଇଁ ଚଳିତ ବର୍ଷ ବୈଠକ ବିଳମ୍ବ ହୋଇଛି। ଆସନ୍ତା ୧୬ ତାରିଖରେ ସମିତି ବୈଠକ କରାଯିବା ପାଇଁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri