୯ରେ ରେଳରୋକୋ ନିଷ୍ପତ୍ତି

ରୂପସା,୬।୫(ଡି.ଏନ୍‌.ଏ.): ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅଧୀନ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟାର ସମାଧାନ ହୋଇପାରୁ ନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗ ିରହିଛି। ପ୍ରତିବାଦରେ ଆସନ୍ତା ୯ ତାରିଖରେ ହଳଦୀପଦା ପ୍ରଗତି ମଞ୍ଚ ପକ୍ଷରୁ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଷ୍ଟେଶନରେ ମୁଖ୍ୟତଃ ପୂର୍ବଭଳି ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଟ୍ରେନ ରହଣି କରିବା, ରିଜର୍ଭେଶନ କାଉଣ୍ଟର ଖୋଲାଯିବା, ନିଧିପଣ୍ଡା ପୋଲ ଉପରେ ବ୍ରିଜ ନିର୍ମାଣ, ଷ୍ଟେଶନରେ ଏଟିଏମ୍‌, ପାନୀୟଜଳ ଓ ଉଜ୍ୱଳ ଆଲୋକ ବ୍ୟବସ୍ଥା, ଖଡ଼ଗପୁର-ଜଳେଶ୍ୱର ମେମୋ ଲୋକାଲ ଟ୍ରେନ ବାଲେଶ୍ୱର ପର୍ଯ୍ୟନ୍ତ ସମ୍ପ୍ରସାରଣ ଆଦି ୧୦ଦଫା ଦାବି ପୂରଣ ପାଇଁ ବାରମ୍ବାର ପ୍ରଗତି ମଞ୍ଚ ପକ୍ଷରୁ ରେଳବିଭାଗ ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

୨୦୨୧ ଫେବୃୟାରୀ ୧୫ରେ ରେଳରୋକୋ ଆନ୍ଦୋଳନ ପରେ ତ୍ରିପାକ୍ଷିକ ଆଲୋଚନା ହୋଇଥିଲା। ଦାବି ପୂରଣ ଦିଗରେ ପ୍ରତିଶ୍ରୁତି ମିଳିବା ପରେ ରେଳରୋକୋ ପ୍ରତ୍ୟାହୃତ ହୋଇଥିଲା। ବିଭାଗୀୟ ପଦକ୍ଷେପ ନିଆ ନ ଯିବାରୁ ପୁଣି ୨୦୨୧ ଏପ୍ରିଲ ୫, ମେ’ ୧୦ ଓ ୨୦୨୨ ଏପ୍ରିଲ ୧୮ରେ ରେଳରୋକୋ ଡାକରା ଦିଆଯାଇଥିଲା। ବାରମ୍ବାର ପ୍ରତିଶ୍ରୁତି ମୁତାବକ ଦାବି ପୂରଣ ହେଉ ନ ଥିବାରୁ ଆସନ୍ତା ୯ ତାରିଖରେ ସୋମବାର ପୁଣି ରେଳରୋକୋ ହେବ ବୋଲି ମଞ୍ଚ ସଭାପତି ରବୀନ୍ଦ୍ର ନାଥ ମହାନ୍ତି, ବରିଷ୍ଠ କାର୍ଯ୍ୟକର୍ତ୍ତା ରାଧାକୃଷ୍ଣ ସାହୁ, ଚୈତନ୍ୟ ପ୍ରସାଦ ସାହୁ, ସନ୍ୟାସୀ ନାୟକ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri