୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦ ଦିନରୁ ମୌସୁମୀ ବର୍ଷା ଏବେ ୭୦ ଦିନକୁ ଖସିଆସିଛି। ଏଥିଯୋଗୁ କୃଷି, ବିଦ୍ୟୁତ୍‌ ଉତ୍ପାଦନ, ଜୀବନଜୀବିକା ଉପରେ ଗଭୀର ପ୍ରଭାବ ପଡ଼ିଲାଣି। କେବଳ ସେତିକି ନୁହେଁ, ଅସ୍ବାଭାବିକ ବର୍ଷା ଅଦିନିଆ ବନ୍ୟା ସୃଷ୍ଟିକରି ରାଜ୍ୟ ପାଇଁ ବିପର୍ଯ୍ୟୟ ଆଣୁଛି। ଚଳିତ ବର୍ଷ ମଧ୍ୟ ଦୁର୍ବଳ ମୌସୁମୀ କୃଷି ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି କୃଷି ବିଶେଷଜ୍ଞମାନେ ଆଶଙ୍କା କଲେଣି। ଏ ସବୁକୁ ଦୃଷ୍ଟିରେ ରଖି ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ୨୦୨୦ରୁ ୨୦୩୦ ପର୍ଯ୍ୟନ୍ତ ଏକ ୧୦ବର୍ଷିଆ ରାଜ୍ୟ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଛି। ପରିବର୍ତ୍ତିତ ପରିସ୍ଥିତି ସହ ଖାପ ଖୁଆଇ ଜୀବନଜୀବିକାକୁ ସୁରକ୍ଷା ଯୋଗାଇବା ସହ ଆଗାମୀ ଦିନରେ ଖାଦ୍ୟ ସଙ୍କଟକୁ ପ୍ରତିହତ କରିବା ଲାଗି ରାଜ୍ୟ ସରକାର କେନ୍ଦ୍ର ସହଯୋଗରେ ରାଜ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବେ। ଉକ୍ତ ଆକ୍ସନ ପ୍ଲାନ୍‌କୁ ଅନୁମୋଦନ କରିବା ସକାଶେ ରାଜ୍ୟ ସରକାର ୨୦୨୦ ଫେବୃୟାରୀରେ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଥିଲେ। ଉକ୍ତ ପ୍ରସ୍ତାବରେ କିଛି ପରିବର୍ତ୍ତନ କରିବା ଲାଗି କେନ୍ଦ୍ର ସରକାର ପରାମର୍ଶ ଦେଇଥିଲେ। ଆବଶ୍ୟକ ସଂଶୋଧନ ପରେ ଉକ୍ତ ଆକ୍ସନ ପ୍ଲାନ୍‌କୁ ପୁନର୍ବାର ୨୦୨୧ ଜୁଲାଇ ମାସରେ କେନ୍ଦ୍ର ନିକଟକୁ ପଠାଯାଇଛି। ମାତ୍ର ଗତ ୨ ବର୍ଷ ହେଲା ଏହି ପ୍ରସ୍ତାବ ଉପରେ କେନ୍ଦ୍ର ସରକାରଙ୍କ ନଜର ପଡୁନାହିଁ। ଫଳରେ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ ନେଇ ଏକ ପ୍ରକାର ବାଧା ସୃଷ୍ଟି ହୋଇଛି।
ଆକ୍ସନ ପ୍ଲାନ୍‌ରେ ଜଙ୍ଗଲ ଓ ପରିବେଶ, କୃଷି, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଳସମ୍ପଦ, ଶକ୍ତି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଶିଳ୍ପ, ଖଣି ଓ ଇସ୍ପାତ, ବାଣିଜ୍ୟ ଓ ପରିବହନ, ପଞ୍ଚାୟତ ଓ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ୧୦ ବିଭାଗକୁ ସାମିଲ କରାଯାଇଛି। ବିଭାଗଗୁଡ଼ିକ ଜଳବାୟୁ ପରିବର୍ତ୍ତନକୁ ଦେଖି ଯୋଜନା ପ୍ରସ୍ତୁତ କରିବେ। ବାୟୁମଣ୍ଡଳରୁ ଅଙ୍ଗାରକାମ୍ଳ ବାଷ୍ପର ହାର କମାଇବା ପାଇଁ ବ୍ୟାପକ ବୃକ୍ଷରୋପଣ କରାଯିବ। ଏଥିସହିତ ସମୁଦ୍ରର ଗତିବିଧି ଉପରେ ନିୟମିତ ଅଧ୍ୟୟନ କରାଯିବ। ଉପକୂଳ ଅଞ୍ଚଳରେ ଜୈବବିବିଧତା ବଜାୟ ରଖିବାକୁ ଆବଶ୍ୟକ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯିବ। ପରିବର୍ତ୍ତିତ ଜଳବାୟକୁ ଦୃଷ୍ଟିରେ ରଖି ସ୍ବଳ୍ପ ମିଆଦୀ ଓ କମ୍‌ ଜଳରେ ହୋଇପାରୁଥିବା ଫସଲ ଉପରେ ବିଶେଷ ଭାବେ ଧ୍ୟାନ ଦିଆଯିବ।
ଜଳବାୟୁ ପରିବର୍ତ୍ତନ ଯୋଗୁ ଉପକୂଳ ଜିଲାଗୁଡିକ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଇଣ୍ଡିଆନ ନ୍ୟାଶନାଲ ସେଣ୍ଟର ଫର୍‌ ଓସନ ଇନ୍‌ଫର୍ମେଶନ ସର୍ଭିସେସ୍‌ (ଆଇଏନ୍‌ସିଓଆଇଏସ୍‌) ଦ୍ୱାରା ଓଡ଼ିଶାର କୋଷ୍ଟାଲ ଭଲନେରେବିଲିଟି ଇଣ୍ଡେକ୍ସ (ସିଭିଆଇ) ପ୍ରସ୍ତୁତ କରାଯାଇଛି। ସମୁଦ୍ର ନିକଟରୁ ୧ କିଲୋମିଟର ବ୍ୟାପୀ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ ହୋଇଛି। ସମଗ୍ର ଅଞ୍ଚଳକୁ ନିମ୍ନ, ମଧ୍ୟମ ଓ ଅତି ବିପଦପୂର୍ଣ୍ଣ ଅଞ୍ଚଳରେ ବିଭକ୍ତ କରାଯାଇଛି। ସେହି ଅନୁଯାୟୀ ଓଡ଼ିଶା ଉପକୂଳର ୬ ଜିଲା ଗଞ୍ଜାମ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସମୁଦ୍ର ଉପକୂଳକୁ ଲାଗି ରହିଥିବା ଗଞ୍ଜାମ ଜିଲାର କିଛି ଅଞ୍ଚଳ, ଚିଲିକା, ପୁରୀର ଦକ୍ଷିଣ ଭାଗ ଏବଂ କେନ୍ଦ୍ରାପଡ଼ା ଜିଲାର ୭୬ କିଲୋମିଟର ଅଞ୍ଚଳକୁ କମ୍‌, ସେହି ଜିଲାଗୁଡ଼ିକର ୨୦୯ କିଲୋମିଟର ବ୍ୟାପ୍ତ ଅଞ୍ଚଳକୁ ମଧ୍ୟମ ଓ ୧୦୭ କିଲୋମିଟର ଅଞ୍ଚଳକୁ ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ପୁରୀ ଜିଲାର ଉତ୍ତର ଭାଗ, ଜଗତ୍‌ସିଂହପୁର ଜିଲାର କେତେକ ଅଞ୍ଚଳ, କେନ୍ଦ୍ରାପଡ଼ା, ଭଦ୍ରକ ଜିଲାର ଉତ୍ତର ଓ ଦକ୍ଷିଣ ଭାଗ ଏବଂ ଦକ୍ଷିଣ ବାଲେଶ୍ୱର ଅତ୍ୟନ୍ତ ବିପଦପୂର୍ଣ୍ଣ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ଦେଶର ତଟୀୟ ଅଞ୍ଚଳଗୁଡ଼ିକ ପ୍ରତି ବିପଦ ମାଡ଼ି ଆସୁଥିବାରୁ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନ୍ୟାଶନାଲ ଡିଟରମାଇନ କଣ୍ଟ୍ରିବ୍ୟୁଶନସ୍‌(ଏନ୍‌ଡିସି) ଯୋଜନାରେ ଏ ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟୟ ବରାଦ କରିବା ସହ ଏକ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିବାକୁ ଉପକୂଳବର୍ତ୍ତୀ ରାଜ୍ୟଗୁଡିକୁ କୁହାଯାଇଛି। ଏଭଳି ବିପଦର ମୁକାବିଲା ପାଇଁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଥିଲେ ମଧ୍ୟ କେନ୍ଦ୍ର ମୋହର ଲାଗି ପାରୁନାହିଁ।
ରାଜ୍ୟ ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି ଯେ, ସଂଶୋଧିତ ଆକ୍ସନ ପ୍ଲାନ୍‌କୁ ୨୦୨୧ରୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୪/୫ ଥର ରିମାଇଣ୍ଡର ଦିଆଗଲାଣି। ଏ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଏହାକୁ ଅନୁମୋଦନ କରିନାହାନ୍ତି। ଅନୁମୋଦନ ମିଳିବା ପରେ ଏହାକୁ କାର୍ଯ୍ୟକାରୀ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri