ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୫୧ ହଜାର ୭୮୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗୀରରୁ ୫୬, ବୌଦ୍ଧରୁ ୯୦, କଟକରୁ ୪୧୩, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତ୍‌ସିଂହପୁରରୁ ୧୪୦, ଯାଜପୁରରୁ ୩୭୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୯୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୯୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୨୧୬, ନବରଙ୍ଗପୁରରୁ ୧୧୮ , ନୟାଗଡ଼ରୁ ୧୨୮, ନୂଆପଡ଼ାରୁ ୧୪, ପୁରୀରୁ ୨୪୩, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୬୧ ସୁବର୍ଣ୍ଣପୁରରୁ ୬୦ ଓ ସୁନ୍ଦରଗଡ଼ରୁ ୧୦୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୦୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?