ଦେଶରେ ବଢ଼ିଛି, ଓଡ଼ିଶାରେ କମିଛି

ନୂଆଦିଲ୍ଲୀ/ବାରିପଦା,୩୦ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶରେ ବାଘ ସଂଖ୍ୟା ବୃଦ୍ଧି ପାଇଥିବାବେଳ ଓଡ଼ିଶାରେ ବାଘଙ୍କ ସଂଖ୍ୟା ଲଗାତର କମିବାରେ ଲାଗିଛି। ୨୦୦୬ରେ ରାଜ୍ୟରେ ୪୫ ମହାବଳ ବାଘ ଥିବାବେଳେ ୨୦୧୦ରେ ଏହା ୩୨କୁ ଖସିଥିଲା। ୨୦୧୮ରେ ପୁଣି ହ୍ରାସ ପାଇ ୨୮ ଏବଂ ୨୦୨୨ରେ ରାଜ୍ୟରେ ମହାବଳଙ୍କ ସଂଖ୍ୟା ୨୦ରେ ପହଞ୍ଚତ୍ଛି। ତେବେ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ୨୦୧୮ ଗଣନାରେ ମହାବଳ ସଂଖ୍ୟା ୮ରେ ସୀମିତ ରହିଥିଲା। ୪ ବର୍ଷ ମଧ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇ ଏବେ ୧୬ରେ ପହଞ୍ଚତ୍ଛି। ସେହିପରି ବିଭିନ୍ନ ସମୟରେ ଅନ୍ୟ ଜଙ୍ଗଲରୁ ୪ବାଘ ଶିମିଳିପାଳକୁ ଆସୁଥିବା ଟ୍ରାପ୍‌ କ୍ୟାମେରାରୁ ଜଣାପଡ଼ିଛି। ତେବେ ଏହି ବାଘ ସଂଖ୍ୟା ବୃଦ୍ଧି ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ସାମାନ୍ୟ ଆଶ୍ୱସ୍ତି ପ୍ରକାଶ ପାଇଥିବା ବେଳେ ବିଗତ ଦିନର ବାଘ ସଂଖ୍ୟାକୁ ନେଇ ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି ା
ମହାବଳ ଓ କଳା ବାଘ ପାଇଁ ବିଶ୍ୱ ଦରବାରରେ ଶିମିଳିପାଳ ପ୍ରସିଦ୍ଧିଲାଭ କରିଛି। ମାତ୍ର ଦିନକୁ ଦିନ ମହାବଳ ବାଘଙ୍କ ସଂଖ୍ୟା କମିବା ଦ୍ୱାରା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉଦ୍ଦେଶ୍ୟ ଠିକ୍‌ ଭାବେ ସାଧିତ ହୋଇପାରୁ ନ ଥିବା ପ୍ରାଣୀପ୍ରେମୀମାନେ ଅଭିଯୋଗ କରିଆସୁଛନ୍ତି। ପର୍ଯ୍ୟଟନ ଓ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଶିମିଳିପାଳ ଅଭୟାରଣ୍ୟକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଶିମିଳିପାଳ ଅଭୟାରଣ୍ୟକୁ ସୁରକ୍ଷା ଦେବା ପାଇଁ ଗୋଷ୍ଠୀ ସହଭାଗିତା ଓ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ପଡ଼ିବ ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସଂଯୁକ୍ତା ବସା କହିଛନ୍ତି। ସେହିପରି ଶିମିଳିପାଳରେ ମହାବଳ ବାଘଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ନେଇ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ସକାରାମତ୍କ ଭାବନା ଦେଖାଦେଇଛି। ନିଷିଦ୍ଧ ଅଞ୍ଚଳରେ ବସବାସ କରୁଥିବା ଶାନ୍ତ ପ୍ରାଣୀଙ୍କୁ ବିଭ୍ରାନ୍ତ କରାଗଲେ ବାଘ ସଂଖ୍ୟା ବୃଦ୍ଧି ପାଇବାରେ ଅନିଶ୍ଚିତତା ଦେଖାଦେବ। ବାଘ ରହୁଥିବା ଅଞ୍ଚଳରେ ପର୍ଯ୍ୟଟକଙ୍କ ଚଳପ୍ରଚଳ ଓ ଗାଡ଼ି ଶବ୍ଦ ଯୋଗୁ ସେମାନେ ବାଟବଣା ହୋଇଥାନ୍ତି। ଏଣୁ ଶିମିଳିପାଳ ଅଭୟାରଣ୍ୟକୁ ଟୁରିଜମ୍‌ କିମ୍ବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ମଧ୍ୟରୁ ଯେକୌଣସି ଗୋଟିଏ ପ୍ରକଳ୍ପ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଉ ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ପ୍ରକାଶ କରିଛନ୍ତି। ଏ ସଂକ୍ରାନ୍ତରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ପ୍ରକାଶ ଚାନ୍ଦ ଗୋଗିନେନି କୁହନ୍ତି, ବାଘ ସଂଖ୍ୟା ବୃଦ୍ଧି କରିବା ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଇ କାର୍ଯ୍ୟକାରୀ କରାଯାଉଛି ା ଏଥିପାଇଁ ଶିମିଳିପାଳ ଅଭୟାରଣ୍ୟ ଏକମାତ୍ର ଉତ୍ତମ ପରିବେଶ। ପ୍ରକଳ୍ପ ମଧ୍ୟରେ ଥିବା ଜନବସତିକୁ ଥଇଥାନ କରିବା ସହିତ ସେମାନଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ କରିବାକୁ ପ୍ରୟାସ ଜାରି ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri