ଅଳ୍ପ ବୟସ୍କା ଯୁବତୀଙ୍କୁ ନଚାଇବା ସଂସ୍କୃତି ବିରୋଧୀ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ବିଳମ୍ବିତ ରାତି ଯାଏଁ ଡ୍ୟାନ୍ସ ବାର୍‌ ଖୋଲିବା ନିଷ୍ପତ୍ତିକୁ ଭୁବନେଶ୍ୱର ଜିଲା ଭାଜପା ପକ୍ଷରୁ ବିରୋଧ କରାଯାଇଛି। ରାଜ୍ୟ ସରକାର ନିଶାଦ୍ରବ୍ୟ ସେବନ ଓ କାରବାରକୁ ପ୍ରୋତ୍ସାହିତ କରୁଛନ୍ତି। କେବଳ ରାଜସ୍ବ ସଂଗ୍ରହ ପାଇଁ ଏହାକୁ ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ରାମ ମନ୍ଦିର ସମ୍ମୁଖରେ ଜିଲା ଭାଜପା ପକ୍ଷରୁ ଅନୁଷ୍ଠିତ ଧାରଣା ଓ ବିକ୍ଷୋଭ ବେଳେ ଅଭିଯୋଗ କରାଯାଇଛି। ଅବକାରୀ ବିଭାଗ ନିୟମକୁ ଜଳାଞ୍ଜଳି ଦେଇ ପୋଲିସ ସହାୟତାରେ ବେନିୟମ ଭାବେ ଭୁବନେଶ୍ୱରରେ ନାଚ ଗୀତ ସହିତ ଆଉ ୧୪ଟି ନୂତନ ବାରକୁ ଅନୁମତି ପ୍ରଦାନ ସହିତ ରାତି ୧୨ ଯାଏ କାହିଁକି ଖୋଲିବାକୁ ଅନୁମତି ଦିଆଯାଉଛି ବୋଲି ପ୍ରଶ୍ନ କରାଯାଇଛି। ତ୍ରୁଟିପୂର୍ଣ୍ଣ ଅବକାରୀ ନୀତି ଏବଂ ନୂତନ ବାର ଖୋଲିବାର ଅନୁମତି ପ୍ରଦାନ କରି ରାଜ୍ୟ ସରକାର ଯୁବ, ଛାତ୍ର ସମାଜକୁ ବିଶୃଙ୍ଖଳିତ କରୁନାହାନ୍ତି କି ବୋଲି ଜିଲା ସଭାପତି ବାବୁ ସିଂ ପ୍ରଶ୍ନ କରିଛନ୍ତି। ବାର୍‌ରେ ଡ୍ୟାନ୍ସକୁ ଖୋଲାଖୋଲି ଅନୁମତି ଦେବା, ଅଳ୍ପ ବୟସର ଯୁବତୀଙ୍କୁ ନଚାଇବା ଅତ୍ୟନ୍ତ ଲଜ୍ଜାଜନକ ଏବଂ ଏହା ସଂସ୍କୃତି ବିରୋଧୀ। ଏହା ତୁରନ୍ତ ବନ୍ଦ ନ ହେଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି। ବିକ୍ଷୋଭରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ରାଜେନ୍ଦ୍ର ପଣ୍ଡା, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଅର୍ପିତା ବଡଜେନା, ଜିଲା ସାଧାରଣ ସମ୍ପାଦକ ଅଭିଷେକ ଆଚାଯର୍‌ୟ, ହିମାଂଶୁ ଶେଖର ଛୋଟରାୟ, ଦିଲୀପ ବେହେରା, ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀ ମନ୍ଦାକିନୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?