ଲାଗିଥିଲା ୮ଶହ, ଏବେ ୮ଟି ନାହିଁ

ବୁଗୁଡ଼ା,୨୬ା୧(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ମୋଟାବାଡ଼ି ଗ୍ରାମରେ ଉଦ୍ୟାନ ବିଭାଗ ଅଧୀନରେ ୪ ହେକ୍ଟର ଜମିରେ ୮ଶହ କାଜୁ ଗଛ ଲାଗିଥିବା ନେଇ ଫଳକ ମରାଯାଇଛି। ହେଲେ ସେଠାରେ ଏବେ ୮ଟି ମଧ୍ୟ କାଜୁ ଗଛ ନାହିଁ। ଫଳକରେ ଲେଖାଯାଇଥିବା ସୂଚନାନୁସାରେ ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନାରେ ୨୦୨୧ -୨୨ ଆର୍ଥିକ ବର୍ଷରେ ୪ ହେକ୍ଟର ଜମିରେ ହେକ୍ଟର ପିଛା ୨ ଶହ ଗଛ ହିସାବରେ ୮ଶହ କାଜୁ ଗଛ ଲାଗିଥିଲା, ଯାହା ୨୦୨୧ ଜୁଲାଇ ୫ରେ ହୋଇଥିବା ଉଲ୍ଲେଖ ରହିଛି। ତେବେ କାର୍ଯ୍ୟ ଶେଷ କେବେ ହେଲା ତାହା ଦର୍ଶାଯାଇନି। ଗଛ ଲଗାଇବା ନାଁରେ ମିଥ୍ୟା ବିଲ୍‌ କରି ଲକ୍ଷାଧିକ ଟଙ୍କା ଆତ୍ମସାତ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଉଦ୍ୟାନ ବିଭାଗ ଓଭରସିଅର ରବୀନ୍ଦ୍ର କୁମାର ଦଳେଇଙ୍କୁ ପଚାରିବାରେ ସେ ସେଠାରେ ଗଛ ଅଛି ବୋଲି ସଫେଇ ଦେଇଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ସତ୍ୟାସତ୍ୟ ସହ ଆହୁରି ଅନେକ ଦୁର୍ନୀତି ପଦାକୁ ଆସିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?