୨ ମାସର ଭତ୍ତା ଟଙ୍କା ଗାଏବ

ଭେଡେନ,୧।୪(ଡି.ଏନ୍‌.ଏ.): ସରକାର ଅସହାୟ ବୃଦ୍ଧାବୃଦ୍ଧ, ବିକଳାଙ୍ଗ ଏବଂ ବିଧବାମାନଙ୍କୁ ମାସିକ ୫ ଶହ ଏବଂ ୭୦ ବର୍ଷ ବୟସ ଟପିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ବିଗତ ଦିନରେ ଏହି ଟଙ୍କା ହିତାଧିକାରୀଙ୍କ ହାତକୁ ସିଧାସଳଖ ଦିଆଯାଉଥିଲା। ଏଥିରେ ବାଟ ମାରଣା ହେଉଥିବା ଅଭିଯୋଗ ହେବାରୁ ଗତବର୍ଷ ଅକ୍ଟୋବରରୁ ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ଭତ୍ତା ଟଙ୍କା ପ୍ରଦାନ କରାଯାଉଛି। ତେବେ ଏହି ବ୍ୟବସ୍ଥାରେ ମଧ୍ୟ ହିତାଧିକରୀ ହଇରାଣ ହେଉଥିବା ଦେଖିବାକୁ ମିଳିଛି। ଅନେକ ବୃଦ୍ଧାବୃଦ୍ଧଙ୍କ ଅଙ୍ଗୁଳିର ଟିପ ଚିହ୍ନ ଆସୁ ନ ଥିବାରୁ ସେମାନେ ମାସ ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏହାର ସୁଯୋଗ ନେଇ କେତେକ କର୍ମଚାରୀ ଭତ୍ତା ଟଙ୍କା ହଡପ କରୁଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନାନୁସାରେ, ଭେଡ଼େନ ବ୍ଲକ ଅଞ୍ଚଳରେ ଗତ ନଭେମ୍ବର ମାସରେ ଭତ୍ତା ୫ଶହ ଓ ଶୀତବସ୍ତ୍ର ବାବଦ ୩ଶହ ଟଙ୍କା କେତେକ ହିତାଧିକାରୀଙ୍କ ପାସବୁକରେ ଜମା ହୋଇଥିଲା। ତେବେ ପରବର୍ତ୍ତୀ ଫେବୃୟାରୀ ଓ ମାର୍ଚ୍ଚ ମାସର ଭତ୍ତା ଟଙ୍କା ଜମା ହୋଇ ସାରିଥିବା ବେଳେ ଡିସେମ୍ବର ଓ ଜାନୁଆରୀ ମାସର ଟଙ୍କା ଜମା ହୋଇ ନ ଥିବା ଅଭିଯୋଗ ହେଉଛି। ଏଥିପାଇଁ ସେମାନେ ବ୍ୟାଙ୍କ ଏବଂ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ଜଣାଇଲେ ମଧ୍ୟ ସନ୍ତୋଷ ଜନକ ଉତ୍ତର ପାଇ ପାରିନାହାନ୍ତି। ଏ ସମ୍ପର୍କରେ ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଚମରୁ ବେଶ୍ରାଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଲେ, ମୋ ପାଖକୁ ଏମିତି କିଛି ଅଭିଯୋଗ ଆସିନାହିଁ। ଯେଉଁମାନଙ୍କ କ୍ଷେତ୍ରରେ ଏଭଳି ହୋଇଛି ସେମାନେ ନିଜ ଆଧାର କାର୍ଡ ଏବଂ ପାସ୍‌ବୁକ ମୋ ପାଖକୁ ଆଣନ୍ତୁ, କ’ଣ ହୋଇଛି ଜଣାପଡିବ ବୋଲି ବେଶ୍ରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri