୨ ମାସର ଭତ୍ତା ଟଙ୍କା ଗାଏବ

ଭେଡେନ,୧।୪(ଡି.ଏନ୍‌.ଏ.): ସରକାର ଅସହାୟ ବୃଦ୍ଧାବୃଦ୍ଧ, ବିକଳାଙ୍ଗ ଏବଂ ବିଧବାମାନଙ୍କୁ ମାସିକ ୫ ଶହ ଏବଂ ୭୦ ବର୍ଷ ବୟସ ଟପିଲେ ୭ଶହ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ବିଗତ ଦିନରେ ଏହି ଟଙ୍କା ହିତାଧିକାରୀଙ୍କ ହାତକୁ ସିଧାସଳଖ ଦିଆଯାଉଥିଲା। ଏଥିରେ ବାଟ ମାରଣା ହେଉଥିବା ଅଭିଯୋଗ ହେବାରୁ ଗତବର୍ଷ ଅକ୍ଟୋବରରୁ ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ଭତ୍ତା ଟଙ୍କା ପ୍ରଦାନ କରାଯାଉଛି। ତେବେ ଏହି ବ୍ୟବସ୍ଥାରେ ମଧ୍ୟ ହିତାଧିକରୀ ହଇରାଣ ହେଉଥିବା ଦେଖିବାକୁ ମିଳିଛି। ଅନେକ ବୃଦ୍ଧାବୃଦ୍ଧଙ୍କ ଅଙ୍ଗୁଳିର ଟିପ ଚିହ୍ନ ଆସୁ ନ ଥିବାରୁ ସେମାନେ ମାସ ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏହାର ସୁଯୋଗ ନେଇ କେତେକ କର୍ମଚାରୀ ଭତ୍ତା ଟଙ୍କା ହଡପ କରୁଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନାନୁସାରେ, ଭେଡ଼େନ ବ୍ଲକ ଅଞ୍ଚଳରେ ଗତ ନଭେମ୍ବର ମାସରେ ଭତ୍ତା ୫ଶହ ଓ ଶୀତବସ୍ତ୍ର ବାବଦ ୩ଶହ ଟଙ୍କା କେତେକ ହିତାଧିକାରୀଙ୍କ ପାସବୁକରେ ଜମା ହୋଇଥିଲା। ତେବେ ପରବର୍ତ୍ତୀ ଫେବୃୟାରୀ ଓ ମାର୍ଚ୍ଚ ମାସର ଭତ୍ତା ଟଙ୍କା ଜମା ହୋଇ ସାରିଥିବା ବେଳେ ଡିସେମ୍ବର ଓ ଜାନୁଆରୀ ମାସର ଟଙ୍କା ଜମା ହୋଇ ନ ଥିବା ଅଭିଯୋଗ ହେଉଛି। ଏଥିପାଇଁ ସେମାନେ ବ୍ୟାଙ୍କ ଏବଂ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ଜଣାଇଲେ ମଧ୍ୟ ସନ୍ତୋଷ ଜନକ ଉତ୍ତର ପାଇ ପାରିନାହାନ୍ତି। ଏ ସମ୍ପର୍କରେ ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଚମରୁ ବେଶ୍ରାଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଲେ, ମୋ ପାଖକୁ ଏମିତି କିଛି ଅଭିଯୋଗ ଆସିନାହିଁ। ଯେଉଁମାନଙ୍କ କ୍ଷେତ୍ରରେ ଏଭଳି ହୋଇଛି ସେମାନେ ନିଜ ଆଧାର କାର୍ଡ ଏବଂ ପାସ୍‌ବୁକ ମୋ ପାଖକୁ ଆଣନ୍ତୁ, କ’ଣ ହୋଇଛି ଜଣାପଡିବ ବୋଲି ବେଶ୍ରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri