ଉନ୍ନତୀକରଣ କାର୍ଯ୍ୟ ଆରମ୍ଭରୁ ଲୁଟ୍‌

ଦଶରଥପୁର,୨୨ା୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ କରାଯାଉଛି। ଏଥିପାଇଁ ସରକାର ୮ କୋଟି ୪୭ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣ ଦାୟିତ୍ୱ ନେଇଥିବା ଠିକାସଂସ୍ଥା ଏବେଠାରୁ ଲୁଟ୍‌ ଆରମ୍ଭ କରିଥିବା ଅଭିଯୋଗ ହୋଇଛି। ଗତ ଶନିବାରଠାରୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ପୁରୁଣା ଗୃହ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରଟି ୨୦ ନଂ. ଜାତୀୟ ରାଜପଥ ମୁଖ୍ୟ ରାସ୍ତା କଡ଼ରେ ହୋଇଥିବାବେଳେ ସଡ଼କର ଉନ୍ନତୀକରଣ ପରେ ସ୍ବାସ୍ଥ୍ୟକେନ୍ଦ୍ରଟି ଅନ୍ୟୁନ ୩ ଫୁଟ ତଳେ ରହିଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷ ପ୍ରତିବର୍ଷ ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ ଓ ମାଟିପକାଇ ମୁଖ୍ୟ ରାସ୍ତାସହ ମିଶାଇବା ପାଇଁ ରୋଗୀ କଲ୍ୟାଣ ସମିତି(ଆର୍‌କେଏସ୍‌) ଅର୍ଥକୁ ପାଣିପରି ଖର୍ଚ୍ଚ କରୁଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରକୁ ମୁଖ୍ୟ ରାସ୍ତା ସହ ସମାନ କରିବାଲାଗି ପ୍ରତ୍ୟେକ ବର୍ଷ ବିଲ କରାଯାଉଥିବାବେଳେ ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ପୁରୁଣା ଗୃହଗୁଡିକ ଭଙ୍ଗାଯାଉଛି। ତେଣୁ ଏଠାରୁ ବାହାରୁଥିବା ଭଙ୍ଗାଇଟା, ଢଳାଇ ଏବଂ ଛାତ ପିଲାରରୁ ବାହାରୁଥିବା ଲୁହା ରଡ୍‌କୁ ବାହାରେ ବିକ୍ରି କରାଯାଉଛି। ଫଳରେ ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ନିକଟବର୍ତ୍ତୀ ଥାଲକୁଡି ଓ ମଙ୍ଗଳପୁର ପଞ୍ଚାୟତବାସୀଙ୍କ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ତେଣୁ ଏଠାରୁ ବହାରୁଥିବା ସାମଗ୍ରୀକୁ ସ୍ବାସ୍ଥ୍ୟକେନ୍ଦ୍ର ଉନ୍ନତୀକରଣ କାର୍ଯ୍ୟରେ ବିନିଯୋଗ କରିବାକୁ ସେମାନେ ଦାବି କରିଛନ୍ତି।

ଏ ସମ୍ପକରେ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବିନ୍ଦୁସାଗର ସାମଲଙ୍କୁ ପଚାରିବାରେ ସେ କହିଛନ୍ତି, ଯେଉଁ ଘର ଭଙ୍ଗାଯାଉଛି ସେସବୁ ମାଟେରିଆଲ୍‌ରେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ପୋତିଲେ ପରମୂହୁର୍ତ୍ତରେ ଗାର୍ଡେନ କରିହେବ ନାହଁି। ତେଣୁ ଆମେ ସେସବୁ ଜିନିଷରେ ପୋତିବାକୁ ଚାହୁଁ ନ ଥିବା ସେ ପ୍ରକାଶ କରିଛନ୍ତି। ଘଟଣା ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସିବାଶିଷ ମହାରଣା କହିଛନ୍ତି, ଠିକାଦାର କେବଳ ନୂତନ ଗୃହ ନିର୍ମାଣ କରିପାରିବେ। ପୁରୁଣା ଗୃହ ଭାଙ୍ଗିବାଲାଗି ସରକାରଙ୍କ ପକ୍ଷରୁ ଏବାବଦ ଅନ୍ୟ ପ୍ରୋତ୍ସାହନ ରାଶି ଆଲର୍ଟମେଣ୍ଟ କରାଯାଇଛି। ତେଣୁ ସେ ନିଜେ ଘଟଣାର ତଦନ୍ତ କରିବେ। ଏଥିସହ ଚାଲିଥିବା କାର୍ଯ୍ୟର ଡିପାର୍ଟମେଣ୍ଟ ତଦନ୍ତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏନେଇ ସମ୍ପୃକ୍ତ ଠିକା ସଂସ୍ଥାର ପ୍ରତିକ୍ରିୟା ମିଳି ପାରିନାହିଁ।

ସୂଚନାଯୋଗ୍ୟ, ୬୦ ବର୍ଷରୁ ଊର୍ଦ୍ଧ୍ୱ ଏହି ସ୍ବାସ୍ୟକେନ୍ଦ୍ର ଉପରେ ବର୍ତ୍ତମାନ ପର୍ଯ୍ୟାୟରେ ଯାଜପୁର ଜିଲାବାସୀଙ୍କୁ ଛାଡି ନିକଟବର୍ତ୍ତୀ କେନ୍ଦ୍ରାପଡ଼ା ଓ ଭଦ୍ରକ ଅଞ୍ଚଳର ଲୋକେ ନିର୍ଭର କରିଥାନ୍ତି। ରିପୋର୍ଟ ଅନୁଯାୟୀ ଯାଜପୁର ସମେତ ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲାର ଦୈନିକ ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ଏଠାକୁ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ଏହାର ଉନ୍ନତୀକରଣ କରିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri