Posted inରାଜ୍ୟ

ନାବାଳକ ପୁଅକୁ ନିଶାସକ୍ତ ବାପା କଚାଡି ମାରିଥିବା ଅଭିଯୋଗ

ସୋର, ୨୪ା୩ (ଡି.ଏନ୍‌.ଏ.)- ଖେଳୁଥିବା ବେଳେ କାନ୍ଥ ଉପରୁ ପଡି ନାବାଳକଙ୍କ ମୃତ୍ୟୁ ଘଟଣା ଏବେ ନୂଆ ମୋଡ ନେଇଛି। ବାପାକୁ ନ ଜଣାଇ ଗାଁ ଉତ୍ସବରେ ଖାଇବାକୁ ଯାଇଥିବା ପୁଅକୁ ଉଠାଇ ଆଣି ରାସ୍ତାରେ ମାଡ଼ ମାରିବା ସହ କଚାଡ଼ି ମାରି ଦେଇଥିବା ନେଇ ବୁଧବାର ନାବାଳକଙ୍କ ମାମୁ ସୋର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ନାବାଳକଙ୍କ ବାପାକୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୋର ବ୍ଲକ ମହୁମୁହାଣ ପଞ୍ଚାୟତ ମଲିଚୁଆ ଗ୍ରାମରେ। ଶ୍ୟାମ ସିଂଙ୍କ ୧୨ ବର୍ଷର ପୁଅ ରାଜା ସାଙ୍ଗମାନଙ୍କ ସହିତ ଖେଳୁଥିବା ସମୟରେ କାନ୍ଥ ଉପରୁ ତଳକୁ ଖସି ପଡି ମୃତ୍ୟୁବରଣ କରିଥିବା ତାଙ୍କ ପରିବାର ଲୋକେ ସୂଚନା ଦେଇଥିଲେ। ମାତ୍ର ବୁଧବାର ତାଙ୍କ ମାମୁ ସନାତନ ସିଂ ସୋର ଥାନାରେ ପହଞ୍ଚି ତାଙ୍କ ଭଣଜାଙ୍କୁ ତାଙ୍କ ବାପା କଚାଡ଼ି ମାରିଦେଇଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri