କାଳବୈଶାଖୀରେ ଭାଙ୍ଗିଛି, ସଜଡ଼ା ଯାଉନି

ମାଲକାନଗିରି,୧୬ା୬(ଦୁର୍ଯ୍ୟୋଧନ ପାତ୍ର): ଆସନ୍ତା ୧୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। କିନ୍ତୁ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲଗୁଡିକ ଅଦ୍ୟାବଧି ମରାମତି ହୋଇ ନ ଥିବା ଜଣାପଡ଼ିଛି। ଗତ ୧ ତାରିଖରେ ମାଲକାନଗିରି ଜିଲାରେ କାଳବୈଶାଖୀରେ ବହୁ କ୍ଷୟକ୍ଷତି ହୋଇଥଲା। ସଦର ମହକୁମାରେ ଥିବା ୫-ଟି ବାଳକ ଉଚ୍ଚ ବିଦ୍ୟାଳୟ ଟିଣ ଉଡ଼ିଯିବା ସହ ବିଦ୍ୟାଳୟ ପରିସରରେ ଥିବା ଅନେକ ବଡ଼ ବଡ଼ ଗଛ ମଧ୍ୟ ଉପୁଡ଼ି ପଡ଼ିଛି। ଡାଳଗୁଡିକ ଭାଙ୍ଗି ଏଣେତେଣେ ପଡିଛି। ପାଣି ଟାଙ୍କି ପାଇପ୍‌ଗୁଡିକ ଗଛ ପଡି ଭାଙ୍ଗି ନଷ୍ଟ ହୋଇ ଯାଇଥିବା ଦେଖିବାକୁ ମିଳିଛି। ତେବେ ଘର ଉପରେ ପଡ଼ିଥିବା ବଡ଼ ଗଛଗୁଡିକ ଅଗ୍ନିଶମ କର୍ମଚାରୀମାନେ କାଟିଥିଲେ ମଧ୍ୟ ଘଟଣାସ୍ଥଳରେ ଡାଳ ଗଣ୍ଡି ପଡି ରହିଛି।
ବିଦ୍ୟାଳୟ ଖୋଲିବା ସମୟ ପାଖେଇ ଆସୁଥିଲେ ହେଁ ଏପର୍ଯ୍ୟନ୍ତ ଏହି ୫-ଟି ଉଚ୍ଚ ବିଦ୍ୟାଳୟ ପରିସର ସଫା କରାଯାଇନାହିଁ । ଗଛ, ଡାଳ ଓ ଟିଣଗୁଡିକ ତଳେ ପଡ଼ିରହିଛି। ଏପରି ସ୍ଥଳେ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ କିପରି ଅଧ୍ୟୟନ କରିବେ ତାହାକୁ ନେଇ ବୁଦ୍ଧିଜୀବୀମାନେ ଚିନ୍ତା ପ୍ରକଟ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଞ୍ଜନ ପଣ୍ଡାଙ୍କୁ ପଚାରିବାରୁ ଘଟଣା ପରଦିନ କାଳବୈଶାଖୀରେ ସ୍କୁଲ ନଷ୍ଟ ହୋଇଥିବା ସମ୍ପର୍କରେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଛି। ତେବେ ଏପର୍ଯ୍ୟନ୍ତ ମରାମତି ହୋଇନାହିଁ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri