Posted inଖେଳ

ୟୁଏଇରେ ଟି୨୦ ବିଶ୍ୱକପ ହେବା ସ୍ପଷ୍ଟ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ କରିଛନ୍ତି। ଫଳରେ ଅକ୍ଟୋବର-ନଭେମ୍ବରରେ ଏହି ମେଗା ଇଭେଣ୍ଟର ଆୟୋଜନ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାହାର ଅନ୍ତ ଘଟିଛି। ଗାଙ୍ଗୁଲି କହିଛନ୍ତି, ଟି୨୦ ବିଶ୍ୱକପ ୟୁଏଇକୁ ସ୍ଥାନାନ୍ତର କରାଯାଇପାରେ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ବିଧିବଦ୍ଧ ଭାବେ ଅବଗତ କରାଯାଇଛି। କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟଗତ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ହେଲେ ବିସିସିଆଇ ଏହି ମେଗା ଇଭେଣ୍ଟର ଆୟୋଜକ ହୋଇ ରହିବ। କିଛିଦିନ ମଧ୍ୟରେ କାର୍ଯ୍ୟସୂଚୀ ଚୂଡ଼ାନ୍ତ ହେବ। ଏହା ଅକ୍ଟୋବର ୧୭ରୁ ଆରମ୍ଭ ହେବ କି ନା ସେ ସମ୍ପର୍କରେ ମଧ୍ୟ କୌଣସି ନିଷ୍ପତ୍ତି ହୋଇ ନାହିଁ। କୋଭିଡ୍‌ ପରିସ୍ଥିତିରେ ଦେଶରେ ଟି୨୦ ବିଶ୍ୱକପ ଆୟୋଜନ ହୋଇ ପାରିବ କି ନା ତାହା ସ୍ପଷ୍ଟ କରିବା ଲାଗି ଚଳିତମାସ ଆରମ୍ଭରେ ବିସିସିଆଇକୁ ଆଇସିସି ୪ସପ୍ତାହ ସମୟ ଦେଇଥିଲା। କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ଅଧାରୁ ସ୍ଥଗିତ ରଖିବାକୁ ହୋଇଥିଲା। ଏହାର ଅବଶିଷ୍ଟାଂଶ ସେପ୍ଟେମ୍ବର-ଅକ୍ଟୋବରରେ ୟୁଏଇରେ କରିବା ଲାଗି ପୂର୍ବରୁ ନିଷ୍ପତ୍ତି ନିଆଯାଇ ସାରିଛି। ଭାରତରେ ୧୬ଟି ଦେଶକୁ ନେଇ ଟି୨୦ ବିଶ୍ୱକପ୍‌ ଦେଶର ୯ଟି ସହରରେ ହୋଇଥାନ୍ତା। ହେଲେ କୋଭିଡ୍‌ଜନିତ ପରିସ୍ଥିତି ଯୋଗୁ ଇଭେଣ୍ଟର ଆୟୋଜନ ସମ୍ଭବ ମନେହୋଇ ନ ଥିଲା। ଅନ୍ୟପଟେ ଆଇସିସି ପକ୍ଷରୁ ଇତିମଧ୍ୟରେ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଟୁର୍ନାମେଣ୍ଟ ଦୁବାଇ, ଶାରଜା ଓ ଆବୁଧାବିରେ ଖେଳାଯିବ। କ୍ୱାଲିଫାଇଂ ରାଉଣ୍ଡ ମସ୍କାଟରେ ଖେଳାଯାଇପାରେ। ଅକ୍ଟୋବର ୧୫ ସୁଦ୍ଧା ଆଇପିଏଲ୍‌ର ଅବଶିଷ୍ଟ ୩୧ ମ୍ୟାଚ ଖେଳାଯାଇ ସାରିଥିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri