Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରିବା ହେବ କଷ୍ଟକର, ମହାରାଷ୍ଟ୍ର ବିଧାନସଭାରେ ଲୋକାୟୁକ୍ତ ବିଲ ପାରିତ…

ମୁମ୍ବାଇ,୨୮।୧୨ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି ସହିତ ମିଳିତ ଭାବେ ଗଠିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ ପାରିତ କରିଛନ୍ତି। ମହାରାଷ୍ଟ୍ର ଲୋକାୟୁକ୍ତ ବିଲ ୨୦୨୨ ମହାରାଷ୍ଟ୍ର ବିଧାନସଭାରେ ଶିନ୍ଦେ ସରକାରଙ୍କ ଦ୍ୱାରା ପାରିତ ହୋଇଛି।

ଅନେକ ଦଳର ନେତା ଏହି ବିଲକୁ ବିରୋଧ କରୁଥିଲେ। ଏହା ସତ୍ତ୍ୱେ ମହାରାଷ୍ଟ୍ର ବିଧାନସଭାରେ ଏହି ବିଲ ପାରିତ ହୋଇଛି।ଏହି ବିଲ ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କୌଣସି ତଦନ୍ତ ଆରମ୍ଭ କରିବା ପୂର୍ବରୁ ଲୋକାୟୁକ୍ତଙ୍କୁ ବିଧାନସଭାର ଅନୁମୋଦନ ନେବାକୁ ପଡ଼ିବ। ଏହା ସହିତ ବିଧାନସଭାର ମୋଟ ସଦସ୍ୟମାନଙ୍କ ଅତିକମରେ ଦୁଇ-ତୃତୀୟାଂଶ ଅନୁମୋଦନ ଆବଶ୍ୟକ ହେବ। ଫଳରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରିବା କଷ୍ଟକର ହେବ।

ଏହା ହେଉଛି ଏକ ବିଲ ଯେଉଁଥିରେ ମୁଖ୍ୟମନ୍ତ୍ରୀ ଏବଂ କ୍ୟାବିନେଟକୁ ଦୁର୍ନୀତି ବିରୋଧୀ ଲୋକପାଳଙ୍କ ଅଧୀନରେ ଆଣିବା ପାଇଁ ବ୍ୟବସ୍ଥା ରହିଛି। ଏହି ବିଲରେ ଏହା ମଧ୍ୟ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, ଯାହା ଆଭ୍ୟନ୍ତରୀଣ ସୁରକ୍ଷା କିମ୍ବା ଜନସାଧାରଣଙ୍କ ଆଦେଶ ସହିତ ଜଡ଼ିତ ଏପରି ମାମଲାର ଲୋକାୟୁକ୍ତ ଯାଞ୍ଚ୍‌ କରିବ ନାହିଁ।

ଯଦି ଲୋକାୟୁକ୍ତ ଏହି ସିଦ୍ଧାନ୍ତରେ ପହଞ୍ଚିବେ ଯେ ଏହା ପ୍ରକାଶ ଯୋଗ୍ୟ ନୁହେଁ ତେବେ ଏଭଳି ଘଟଣାର ତଦନ୍ତ ଗୁପ୍ତ ରଖାଯିବ। ଅନୁସନ୍ଧାନର ରେକର୍ଡ ପ୍ରକାଶ ପାଇବ ନାହିଁ କିମ୍ବା କାହା ପାଇଁ ଉପଲବ୍ଧ ହେବ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri