ଜୁଲାଇ ସୁଦ୍ଧା ୩୦ କୋଟିଙ୍କୁ ଟିକାଦାନ କଷ୍ଟକର…

ନୂଆଦିଲ୍ଲୀ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଯୋଗୁ ଇତିମଧ୍ୟରେ ୧୭ କୋଟି ୧ ଲକ୍ଷ ୭୬ ହଜାର ୬୦୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ୧୭ କୋଟି ଲୋକଙ୍କୁ ୧୧୪ ଦିନରେ ଟିକାଦାନ କରାଯାଇଛି। ଚାଇନା ଏଥି ପାଇଁ ୧୧୯ ଦିନ ସମୟ ନେଇଥିବାବେଳେ ଆମେରିକା ୧୧୫ ଦିନ ସମୟ ନେଇଥିଲା। ଭାରତରେ ଟିକାଦାନ ଶୀଘ୍ର ହେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଜୁଲାଇ ସୁଦ୍ଧା ଦେଶର ୩୦ କୋଟି ଲୋକଙ୍କୁ ଟିକାଦାନ କରାଯିବା କଷ୍ଟକର ବୋଲି ଏବେ ଅନୁମାନ କରାଯାଉଛି। ଟିକା ଅଭାବ ଏହାର ମୁଖ୍ୟ କାରଣ ବୋଲି କୁହାଯାଉଛି। ବର୍ତ୍ତମାନ ସୁଦ୍ଧା ସରକାର ଧାର୍ଯ୍ୟ କରିଥିବା ୩୦ କୋଟି ଲୋକଙ୍କ ମଧ୍ୟରୁ ୩ କୋଟିରୁ କମ୍‌ ଲୋକ ଟିକାର ଉଭୟ ଡୋଜ୍‌ ନେଇ ସାରିଛନ୍ତି। ଯାହାକି ୩୦ କୋଟିର ୧୦ ପ୍ରତିଶତ ପାଖାପାଖି ରହିଛି। ସମ୍ପ୍ରତି ଟିକାର ଉଭୟ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ୬୪, ୭୧, ୩୮୫ ସ୍ବାସ୍ଥ୍ୟ କର୍ମଚାରୀ, ୭୭,୫୫,୨୮୩ ଫ୍ରଣ୍ଟ୍‌ ଲାଇନ୍‌ ଓ୍ବାକର୍ସ ଏବଂ ୧,୪୯,୮୩,୨୧୭ ବରିଷ୍ଠ ନାଗରିକ ଅଛନ୍ତି। ସେହିପରି ୪୫ରୁ ୬୦ ବର୍ଷ ବୟସ୍କଙ୍କ ମଧ୍ୟରେ ୬୫, ୬୧, ୮୫୧ ଲୋକ ଟିକାର ଦ୍ୱିତୀୟ ଡୋଜ୍‌ ନେଇ ନାହାନ୍ତି। ସେହିପରି ୧୮ରୁ ଅଧିକ ବୟସ୍କଙ୍କ ମଧ୍ୟରୁ ୨୦ ଲକ୍ଷଙ୍କୁ ଟିକାଦାନ କରାଯାଇଛି। ଦେଶର ୫୫ କୋଟି ଲୋକଙ୍କୁ ଟିକାଦାନ କରାଯିବାର ଆବଶ୍ୟକତା ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ୦.୩୬ ପ୍ରତିଶତଙ୍କୁ କରୋନା ଟିକାଦାନ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri