ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ନିଷିଦ୍ଧ ଓ ପ୍ରତିକାର ଆଇନ-୨୦୧୩ ସମ୍ପର୍କରେ ଆୟୋଜିତ ସଚେତନତା ସଭାରେ ଦିଗପହଣ୍ଡିସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ମୂଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ, ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ଦାସ, ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରୀ, ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଆଇନ ସମ୍ପର୍କରେ ସଚେତନ କରାଇଥିଲେ।
ପ୍ରତି ଅନୁଷ୍ଠାନ ଗୁଡିକରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବା ସହ ମହିଳା କର୍ମଚାରୀଙ୍କ ପ୍ରତି ଉତ୍ପୀଡନ ମୁକ୍ତ ପରିବେଶ ସୃଷ୍ଟି କରାଯିବା ଉପରେ ଅତିଥି ବୃନ୍ଦ ଗୁରୁତ୍ୱାରୋପ କରିଥିଲେ। ବିଚାର ବିଭାଗୀୟ ବରିଷ୍ଠ କର୍ମଚାରୀ ଶିବରାମ ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ କୋର୍ଟ ଏସ.ଆଇ ସୁବଳ କଅଁର, କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତ,ଅଞ୍ଜଳି ମହାରଣା, ସସ୍ମିତା ମହାରଣା, ସଂଗ୍ରାମ କେଶରୀ ପଣ୍ଡା, ଅଶ୍ବିନୀ କୁମାର ପଟ୍ଟନାୟକ, ରୁଦ୍ର ପ୍ରସାଦ ତାଣ୍ଡିଆ, ପିଲଚୁ ହେମ୍ବ୍ରମ, ପପୁନ ମହାରଣା, ନିରଞ୍ଜନ ଶବର ପ୍ରମୁଖ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri