ସେପ୍ଟେମ୍ବରରେ ୨ଲକ୍ଷ ଟପିବା ଆଶଙ୍କା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ନେଉନି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୪ହଜାର ଉପରେ ରହୁଛି। ଏହି ଧାରା ଜାରି ରହିଲେ ଚଳିତମାସ ଶେଷବେଳକୁ ଆକ୍ରାନ୍ତ ସଂଖ୍ୟା ୨ଲକ୍ଷ ଟପିଯିବ ବୋଲି ବିଶେଷଜ୍ଞମାନେ ଆଶଙ୍କା କରିଛନ୍ତି। ଶେଷ ୨୪ଘଣ୍ଟାରେ ମଧ୍ୟ ୪,୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମଣ ୧,୮୮,୩୧୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୧୨ଜଣ ଥିବାବେଳେ କଟକ ୫୮୬, ପୁରୀ ୨୬୫, ସୁନ୍ଦରଗଡ଼ ୨୦୧, ଯାଜପୁର ୧୮୭, ମୟୂରଭଞ୍ଜ ୧୭୪, ବାଲେଶ୍ୱର ୧୫୦, ବରଗଡ଼ ୧୨୮, କେନ୍ଦ୍ରାପଡ଼ା ୧୨୬, ବଲାଙ୍ଗୀର ୧୧୪, ସମ୍ବଲପୁର ୧୧୩, କଳାହାଣ୍ଡି ୧୦୫, ଅନୁଗୋଳ ଓ ଜଗତ୍‌ସିଂହପୁରରୁ ୧୦୪ଜଣ ଲେଖାଏ ରହିଛନ୍ତି। ଅନ୍ୟସବୁ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ରହିଥିବାବେଳେ ଗଜପତିରୁ ସର୍ବନିମ୍ନ ୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨,୪୫୩ଜଣ କ୍ୱାରାଣ୍ଟାଇନ୍‌ରୁ ବାହାରିଥିବାବେଳେ  ୧,୭୩୬ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।

ସେପଟେ ରାଜ୍ୟର ଆଉ ୧୧ଜଣଙ୍କ ଜୀବନ ନେଇଛି ଏହି ମହାମାରୀ।  ଗଞ୍ଜାମ, ବଲାଙ୍ଗୀର, ବାଲେଶ୍ୱର ଓ ମାଲକାନଗିରିରୁ ଦୁଇଜଣ ଲେଖାଏ ଥିବାବେଳେ ପୁରୀ, ଭୁବନେଶ୍ୱର ଓ ଭଦ୍ରକରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ଏବେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ଛୁଇଁଛି। ଅନ୍ୟପକ୍ଷରେ ରାଜ୍ୟରେ ପ୍ରତିଦିନ ଭଳି ମଙ୍ଗଳବାର ମଧ୍ୟ ଅନେକ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଆଉ ୩,୮୩୪ ଆକ୍ରାନ୍ତ ସୁସ୍ଥ ହେବାପରେ ରାଜ୍ୟରେ ଆରୋଗ୍ୟ ସଂଖ୍ୟା  ୧,୫୩,୨୧୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri