ସେପ୍ଟେମ୍ବରରେ ୨ଲକ୍ଷ ଟପିବା ଆଶଙ୍କା

Corona1 2

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ନେଉନି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୪ହଜାର ଉପରେ ରହୁଛି। ଏହି ଧାରା ଜାରି ରହିଲେ ଚଳିତମାସ ଶେଷବେଳକୁ ଆକ୍ରାନ୍ତ ସଂଖ୍ୟା ୨ଲକ୍ଷ ଟପିଯିବ ବୋଲି ବିଶେଷଜ୍ଞମାନେ ଆଶଙ୍କା କରିଛନ୍ତି। ଶେଷ ୨୪ଘଣ୍ଟାରେ ମଧ୍ୟ ୪,୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମଣ ୧,୮୮,୩୧୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୧୨ଜଣ ଥିବାବେଳେ କଟକ ୫୮୬, ପୁରୀ ୨୬୫, ସୁନ୍ଦରଗଡ଼ ୨୦୧, ଯାଜପୁର ୧୮୭, ମୟୂରଭଞ୍ଜ ୧୭୪, ବାଲେଶ୍ୱର ୧୫୦, ବରଗଡ଼ ୧୨୮, କେନ୍ଦ୍ରାପଡ଼ା ୧୨୬, ବଲାଙ୍ଗୀର ୧୧୪, ସମ୍ବଲପୁର ୧୧୩, କଳାହାଣ୍ଡି ୧୦୫, ଅନୁଗୋଳ ଓ ଜଗତ୍‌ସିଂହପୁରରୁ ୧୦୪ଜଣ ଲେଖାଏ ରହିଛନ୍ତି। ଅନ୍ୟସବୁ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ରହିଥିବାବେଳେ ଗଜପତିରୁ ସର୍ବନିମ୍ନ ୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨,୪୫୩ଜଣ କ୍ୱାରାଣ୍ଟାଇନ୍‌ରୁ ବାହାରିଥିବାବେଳେ ୧,୭୩୬ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।

ସେପଟେ ରାଜ୍ୟର ଆଉ ୧୧ଜଣଙ୍କ ଜୀବନ ନେଇଛି ଏହି ମହାମାରୀ। ଗଞ୍ଜାମ, ବଲାଙ୍ଗୀର, ବାଲେଶ୍ୱର ଓ ମାଲକାନଗିରିରୁ ଦୁଇଜଣ ଲେଖାଏ ଥିବାବେଳେ ପୁରୀ, ଭୁବନେଶ୍ୱର ଓ ଭଦ୍ରକରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ଏବେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ଛୁଇଁଛି। ଅନ୍ୟପକ୍ଷରେ ରାଜ୍ୟରେ ପ୍ରତିଦିନ ଭଳି ମଙ୍ଗଳବାର ମଧ୍ୟ ଅନେକ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଆଉ ୩,୮୩୪ ଆକ୍ରାନ୍ତ ସୁସ୍ଥ ହେବାପରେ ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୧,୫୩,୨୧୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com
50 3

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

Your Paragraph Text 2

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

Your Paragraph Text 1 1

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

U0k3o5c8 Jasprit Bumrah 625x300 14 December 25

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

90 3

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri