Posted inଖେଳ

ଦଳ ଚୟନ ପ୍ରକ୍ରିୟାରେ ପରିବର୍ତ୍ତନ ଚାହାନ୍ତି ଶାସ୍ତ୍ରୀ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଦଳର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ୨୦୧୯ ଦିନିକିଆ ବିଶ୍ୱକପ୍‌ ଲାଗି ଦଳ ଚୟନ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଦଳରେ ୩ ଉଇକେଟକିପର ବ୍ୟାଟରଙ୍କୁ ନିଆଯିବାରେ ସେ ଖୁସି ନ ଥିଲେ। ଏପରିକି ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ, ଦୀନେଶ କାର୍ତ୍ତିକ ଓ ରିଷଭ ପନ୍ତ ଏକତ୍ରିତ ଖେଳିଥିଲେ। ଏଣୁ ଦଳର ଚୟନ ପ୍ରକ୍ରିୟାରେ ବଡ଼ ପରିବର୍ତ୍ତନର ଆବଶ୍ୟକତା ଥିବା ଶାସ୍ତ୍ରୀ କହିଛନ୍ତି।

“ ମୋ ମତରେ ଦଳର ଚୟନ ପ୍ରକ୍ରିୟାରେ କୋଚ୍‌ ଓ ଅଧିନାୟକଙ୍କ ମତକୁ ଗୁରୁତ୍ୱ ଦିଆଯିବା ଉଚିତ। ମୁଖ୍ୟତଃ ଦଳୀୟ କୋଚ୍‌ଙ୍କ ପାଖରେ ଯଥେଷ୍ଟ ଅଭିଜ୍ଞତା ଥିଲା ବେଳେ ଏହା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଆଉ ଅଧିନାୟକଙ୍କ ମତକୁ ମଧ୍ୟ ଶୁଣାଯିବା କଥା” ବୋଲି ଶାସ୍ତ୍ରୀ ଷ୍ଟାର ସ୍ପୋଟର୍‌ସକୁ କହିଛନ୍ତି।

୨୦୧୯ ବିଶ୍ୱକପ୍‌ ଦଳ ଚୟନ ଉପରେ ଅସନ୍ତୋଷ ବ୍ୟକ୍ତ କରି ଶାସ୍ତ୍ରୀ କହିଛନ୍ତି, ବିଶ୍ୱକପ୍‌ ଦଳରେ ୩ ଉଇକେଟକିପରଙ୍କୁ ନିଆଯାଇଥିବାରୁ ମୁଁ କଦାପି ଖୁସି ନ ଥିଲି। ଅମ୍ବାତି ରାୟୁଡୁ କିମ୍ବା ଶ୍ରେୟାସ ଆୟାରଙ୍କୁ ଦଳରେ ନିଆଯାଇ ପାରିଥାନ୍ତା। ଧୋନୀ, ପନ୍ତ ଓ କାର୍ତ୍ତିକଙ୍କ ଏକାଠି ଖେଳାଇବାର ଅର୍ଥ ମୁଁ ବୁଝି ପାରୁନାହିଁ। କିନ୍ତୁ ସାଧାରଣ ଆଲୋଚନା ବେଳେ ମୋ ପ୍ରତିକ୍ରିୟା ରଖିବା ଛଡ଼ା ମୁଁ କଦାପି ଚୟନ ପ୍ରକ୍ରିୟାରେ ମୁଣ୍ଡ ଖେଳାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri