Posted inଜାତୀୟ

ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରିବା ମନା

ପାଲନପୁର,୨୩।୩: ଭାରତୀୟ ପରମ୍ପରା ଅନୁସାରେ ମନ୍ଦିରକୁ ଯିବା ସମୟରେ ଶାଢ଼ି, ଧୋତି, କୁର୍ତା ଆଦି ପିନ୍ଧାଯାଇଥାଏ। ତେବେ ସମୟ ବଦଳିବା ସହିତ ଲୋକଙ୍କ ରୁଚିରେ ପରିବର୍ତ୍ତନ ଆସିଛି। ଲୋକେ ନିଜ ପସନ୍ଦର ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରୁଛନ୍ତି। ତେବେ ଗୁଜରାଟ ପାଲନପୁର ଅଞ୍ଚଳର ବନାସକାଣ୍ଠା ଜିଲାରେ ଥିବା ମାତା ଆମ୍ବାଜୀଙ୍କ ମନ୍ଦିରରେ ଏଣିକି ଛୋଟ ପୋଷାକ ପିନ୍ଧି ପ୍ରବେଶ କରି ହେବ ନାହିଁ। ଏନେଇ ମନ୍ଦିର ଟ୍ରଷ୍ଟ୍‌ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମାତା ଅମ୍ବାଜୀ ମନ୍ଦିର ଏକ ଶକ୍ତିସ୍ଥଳ ଏଠାରେ ପରମ୍ପରା ଅନୁସାରେ ପୋଷାକ ପିନ୍ଧି ଆସି ନ ଥିବା ଶ୍ରଦ୍ଧାଳୁଙ୍କ୍‌ୁ ପ୍ରବେଶ କରିବାର ଅନୁମତି ମିଳିବ ନାହିଁ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ଏସମ୍ପର୍କରେ ଉଲ୍ଲେଖ ଥିବା ବୋର୍ଡ ମନ୍ଦିର ବାହାରେ ଲଗାଯିବାର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri