ବିନା ପଞ୍ଜୀକରଣରେ ଟିକାକେନ୍ଦ୍ରକୁ ଯିବା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ପୂର୍ବରୁ ୪୫ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକା ଦିଆଯାଉଥିବା ବେଳେ, ସୋମବାର ଭୁବନେଶ୍ୱରରେ ୧୮ରୁ ୪୪ବର୍ଷ ବ୍ୟକ୍ତିଙ୍କ ଟିକାକରଣ ଆରମ୍ଭ ହୋଇଛି। ହେଲେ କିଛି ସ୍ଥାନରେ ଲୋକେ ବିନା ପଞ୍ଜିକରଣରେ ଟିକାକେନ୍ଦ୍ରକୁ ଆସି ଅଯଥା ଗହଳି କରୁଥିବା ଦେଖାଯାଇଥିଲା। ବିଶେଷ କରି ଅପରାହ୍ନରେ ଏଭଳି ସମସ୍ୟା ଦେଖା ଦେଇଥିଲା। ଏନେଇ ବିନା ପଞ୍ଜିକରଣରେ କୌଣସି ଟିକା କେନ୍ଦ୍ରକୁ ନ ଯିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ପରାମର୍ଶ ଦେଇଛନ୍ତି। ସୋମବାର ମହାନଗରରେ ୧୧ହଜାର ୫ଶହ ଲୋକଙ୍କୁ ଟିକାକରଣ ନେଇ ଲକ୍ଷ୍ୟ ରଖାଯାଇଥିଲା। ସେଥିରୁ ୬ହଜାର ୭ଶହ ୧୮ରୁ ୪୪ ବର୍ଷର ବ୍ୟକ୍ତିଙ୍କୁ ଟିକା ଦିଆଯାଇଛି। ବର୍ତ୍ତମାନ ୨୬ଟି କେନ୍ଦ୍ରରେ ଟିକାକରଣ ପାଇଁ ବ୍ୟବସ୍ଥା ରହିଛି। ଭିଡ କମାଇବା ପାଇଁ ଆଗାମୀ ଦିନରେ କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯିବ ବୋଲି କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri