ଏଭଳି ନେତା ଦଳ ଛାଡ଼ିବା ବିଜେଡି ପାଇଁ ଶୁଭ: ଦେବାଶିଷ

କଟକ,୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନେତାଙ୍କ ଦଳଡିଅଁା ପର୍ବ ଜାରି ରହିଛି। ଏଥିରୁ ବାଦ୍‌ ପଡିନାହାନ୍ତି କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି। ଦୁଇଦିନ ତଳେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିଲେ। ହେଲେ କେଉଁ କାରଣ ପାଇଁ ଦଳ ଛାଡିଲେ ଇସ୍ତଫାପତ୍ରରେ ସେ ଉଲ୍ଲେଖ କରି ନ ଥିଲେ। ସୋମବାର ଦିଲ୍ଲୀସ୍ଥିତ ଭାଜପା କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଭାଜପା ଅନୁଭବଙ୍କୁ ବାରବାଟୀ-କଟକ ନଚେତ୍‌ ସାଲେପୁର ବିଧାନସଭା ଆସନ ପାଇଁ ଟିକେଟ ଦେବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଏଭଳି ନେତା ଦଳ ଛାଡିବା ଓ ଦଳ ବିରୋଧରେ ମନ୍ତବ୍ୟ ଦେବା ନେଇ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲା ସଭାପତି ତଥା ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନିର୍ବାଚନ ଆସିଲେ ଦଳଡିଅଁା ପର୍ବ ଆରମ୍ଭ ହୁଏ। ୨୦୦୦ ମସିହାରୁ ଏହା ଦେଖିଆସିଛୁ। ପୂର୍ବରୁ ଯେଉଁମାନେ ଦଳ ଛାଡିଛନ୍ତି ସେମାନଙ୍କ ଅବସ୍ଥା ଏବେ ଯାହା ଅଛି, ଠିକ୍‌ ସେହିପରି ୨୦୨୪ ନିର୍ବାଚନ ସମୟରେ ଯେଉଁମାନେ ଦଳ ଛାଡିଛନ୍ତି ସେମାନଙ୍କ ଅବସ୍ଥା ସେଭଳି ରହିବ। ବିଜେଡିରୁ ଏଭଳି ନେତା ପଳେଇବା ଦଳ ପାଇଁ ଶୁଭ ହେବ ଏବଂ ଭଲ ଫଳ ମିଳିବ ବୋଲି ସାମନ୍ତରାୟ କହିଛନ୍ତି। ଏନେଇ ଅନୁଭବଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ସୂଚନାଯୋଗ୍ୟ, ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ, ଅରିନ୍ଦମ ରାଏ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?