Posted inଖେଳ

ବ୍ୟାଟ୍ସମ୍ୟାନ ବୋଲିଂ କରିବା ଗୁରୁତ୍ୱପୂର୍ଣ୍ଣ: ରାଇନା

ନୂଆଦିଲ୍ଲୀ,୯।୧୨(ପି.ଟି.): ବ୍ୟାଟ୍ସମ୍ୟାନମାନେ କାମଚଳା ବୋଲିଂ କରିବା ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ପୂର୍ବତନ କ୍ରିକେଟର ସୁରେଶ ରାଇନା କହିଛନ୍ତି। ପୂର୍ବରୁ ଏଭଳି ଉଦାହରଣ ରହିଥିଲା। ତେବେ ବର୍ତ୍ତମାନ ଭାରତୀୟ ଦଳରେ ଏହା ପରିଲକ୍ଷିତ ହେଉନାହିଁ । ପିଠିରେ ଅସ୍ତ୍ରୋପଚାର କରାଇଥିବାରୁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବୋଲିଂ କରୁନାହାନ୍ତି। ତେଣୁ ଭାରତ ନିକଟରେ ଷଷ୍ଠ ବୋଲିଂ ବିକଳ୍ପ ନାହିଁ। ସଦ୍ୟ ସମାପ୍ତ ଅଷ୍ଟ୍ରେଲିଆ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ ଦଳ ପାଇଁ ଷଷ୍ଠ ବୋଲରଙ୍କ ବିକଳ୍ପ ନାହିଁ।
ତେଣୁ ଜଣେ ବ୍ୟାଟ୍ସମ୍ୟାନ ବୋଲିଂ କରିବା ଓ ଜଣେ ବୋଲର ଭଲ ବ୍ୟାଟିଂ କରିବା ନିଶ୍ଚିତ ଭାବେ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ରାଇନା ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି। ରାଇନା ପୂର୍ବରୁ ଅଫ୍‌ ବ୍ରେକ୍‌ ବୋଲିଂ କରି ବେଶ୍‌ ସଫଳତା ହାସଲ କରିଛନ୍ତି। ସେହିପରି କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ମଧ୍ୟ ତାଙ୍କ କ୍ୟାରିୟରରେ ଏକାଧିକ ବାର ବୋଲିଂ କରି ଦଳକୁ ଜିତାଛନ୍ତି। ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ ମଧ୍ୟ ନିୟମିତ ଭାବେ ବୋଲିଂ କରିବାର ଉଦାହରଣ ରହିଛି। ଏପରିକି ଯୁବରାଜ ସିଂ ବିଶ୍ୱକପ୍‌ରେ ଦୃଷ୍ଟାନ୍ତମୂଳକ ବୋଲିଂ କରି ଭାରତକୁ ଜିତାଇଥିଲେ। ସେହିପରି ବୋଲରମାନେ ମଧ୍ୟ ବେଳେ ବେଳେ ଉପଯୋଗୀ ବ୍ୟାଟିଂ କରିବା ଜରୁରୀ ବୋଲି ବୋଲି ୩୪ ବର୍ଷୀୟ ରାଇନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri