ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ। ତେଣୁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିର୍ବାଚନ ସାକ୍ଷରତା କ୍ଲବ ସମେତ ବିଭିନ୍ନ ଅନୁଷ୍ଠାନ ସହାୟତାରେ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ନବାଗତ ଭୋଟର ଏବଂ କଲେଜ ଛାତ୍ରୀଛାତ୍ରଙ୍କୁ ସୱତନ୍ତ୍ର ଦୃଷ୍ଟିରେ ରଖି ସଚେତନତା କରାଯାଉଛି ।
ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ, ସୋରଡ଼ା, ଆସିକା, କ୍ଷତ୍ରୀୟବରପୁର, ବେଲ ଗୁଣ୍ଠା, ବୁଗୁଡ଼ା, ଜଗନ୍ନାଥ ପ୍ରସାଦ, ଶେରଗଡ, ବାଲିପଦର୍‌, ବଡ଼ଗଡ଼, ଧରାକୋଟ, କେନ୍ଦୂପଦର, ଗାଲେରୀ ପ୍ରମୁଖ ଅଞ୍ଚଳରେ ଥିବା କଲେଜ ଗୁଡିକରେ ସଚେତନତା କରାଯାଉଛି।
ଏହିଭଳି ମଙ୍ଗଳବାର ନିକଟସ୍ଥ ବିଡ଼ିପୁର୍‌ ସ୍ଥିତ ତେନ୍ତୁଳିଆ ଶାସନ ଦେବସ୍ଥାନ ମହାବିଦ୍ୟାଳୟରେ ନିର୍ବାଚନ ସାକ୍ଷରତା କ୍ଲବ (ELC) ପକ୍ଷରୁ ଏସ.ଭି.ଇ.ଇ.ପି. ଜରିଆରେ ସ୍ବତନ୍ତ୍ର ସଘନ ସଂସୋଧନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ଆୟୋଜିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଇ.ଆର୍‌.ଓ.) ଉମାଶଙ୍କର ବେହେରା ଏଥିରେ ଅଧ୍ୟକ୍ଷତା କରି ଏସ.ଆଇ.ଆର୍‌.-୨୦୨୬ର ଉଦ୍ଦେଶ୍ୟ, ଭୋଟର ତାଲିକାରେ ଯୋଗ୍ୟ ମତଦାତାଙ୍କ ନାମ ଯୋଡିବା, ତ୍ରୁଟି ସଂଶୋଧନ ଏବଂ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଯୁବପିଢ଼ି ମତଦାନରେ ସକ୍ରିୟ ଅଂଶ ଗ୍ରହଣ ଉପରେ କହିଥିଲେ। ଛାତ୍ରୀଛାତ୍ରମାନେ ନିଜେ ସଚେତନ ହେବାସହ ଅନ୍ୟମାନଙ୍କୁ ସଚେତନତା ୍ଯଯଯ କରିବାକୁ ଉପଜିଲାପାଳ ଶ୍ରୀ ବେହେରା ଆହ୍ବାନ କରିଥିଲେ।
ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏହାପରେ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା। ସ୍ବତନ୍ତ୍ର ସଘନ ସଂଶୋଧନ(ଏସ.ଆଇ.ଆର୍‌.-
୨୦୨୬) ପ୍ରକ୍ରିୟା, ଚିଠା ଭୋଟର ତାଲିକାରେ ନିଜ ନାମ ଯାଞ୍ଚ, ଦାବି ଓ ଆପତ୍ତି ଦାଖଲ କେନ୍ଦ୍ର ସମ୍ପର୍କିତ ସୂଚନା ଏବଂ ଏସ.ଆଇ.ଆର୍‌.ର ଅନ୍ୟାନ୍ୟ ଦିଗ ବିଷୟରେ ଉପସ୍ଥିତ
ଛାତ୍ରୀଛାତ୍ରଙ୍କୁ ସଚେତନ କରାଯିବା ସହ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାଗୀଦାର ହେବା ସହ ଯୋଗ୍ୟ ମତଦାତା ଭାବେ ନିଜର କର୍ତ୍ତବ୍ୟ ପାଳନ କରିବାକୁ ଅନ୍ୟ ଅତିଥି ମାନେ ଆହୱାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟୀ କଲେକ୍ଟର (ଇଲେକ୍ସନ) ଭଞ୍ଜନଗର ରଚିତା ମହାପାତ୍ର, ଜଗନ୍ନାଥପ୍ରସାଦ ତହସିଲଦାର ତଥା ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଏ.ଇ.ଆର୍‌.ଓ.) ଅଶୋକ କୁମାର ମୁଦୁଲି, ମହାବିଦ୍ୟାଳୟର ଅଧ୍ୟାପକ-ଅଧ୍ୟାପିକା , କର୍ମଚାରୀ ଏବଂ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?