ଶିକ୍ଷା ମାଧ୍ୟମରେ ସାମଗ୍ରିକ ଓଡ଼ିଶା ଗଠନକୁ ଗୁରୁତ୍ୱ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବ୍ରହ୍ମପୁର ଜୋନ୍‌ରେ ଥିବା ୮ ଜିଲାର ଜିଲା ଶିକ୍ଷାଧିକାରୀ(ଡିଇଓ) ଓ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ କୃଷିଭବନ ଅଡିଟୋରିଅମରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ ଶିକ୍ଷା ମାଧ୍ୟମରେ ସାମଗ୍ରିକ ଓଡ଼ିଶା ଗଠନକୁ ଗୁରୁତ୍ବ ଦେଇଛନ୍ତି। ଏହାସହ ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି କାର୍ଯ୍ୟ କରିବାକୁ ମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ବିଭାଗର ଶାସନ ସଚିବ ଆଶ୍ୱଥୀ ଏସ୍‌ ଶିକ୍ଷା ହିଁ ଆମ ବିଶ୍ୱାସକୁ ବୃଦ୍ଧି କରିଥାଏ ବୋଲି କହିଛନ୍ତି। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦୁର୍ଗାପ୍ରସାଦ ମହାପାତ୍ର ସ୍ବାଗତ ଭାଷଣରେ ବିଭାଗର ସମସ୍ତ ଯୋଜନାର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ପରାମର୍ଶ ଦେଇଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଟିଇ ଆଣ୍ଡ୍‌ ଏସ୍‌ସିଆର୍‌ଟି ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ଡିଇଓ ଏବଂ ବିଇଓମାନଙ୍କୁ ପ୍ରତ୍ୟକ୍ଷ ଭାବରେ ସ୍କୁଲ୍‌ ପରିଦର୍ଶନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ନକଲି/ଜାଲି ଶିକ୍ଷକଙ୍କ ବିରୋଧରେ ଥିବା ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନ କରିବା ନିମନ୍ତେ କୁହାଯାଇଛି। ମୋ ସରକାର ପ୍ରକୋଷ୍ଠ, ପିଏମ୍‌ ପୋଷଣ, ଏମ୍‌ଡିଏମ୍‌, ଆର୍‌ଟିଇ ଆଦି ଅନେକ ବିଷୟରେ ଆଲୋଚନା କରାଯାଇଛି। ଏହାବ୍ୟତୀତ ନାରୀଶିକ୍ଷାକୁ ଅଗ୍ରାଧିକାର ଦେଇ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଅଧୀନରେ ଥିବା ସ୍କୁଲଗୁଡ଼ିକରେ ନାମଲେଖା ବୃଦ୍ଧିର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଏହି ଶିବିରରେ ୮ଟି ଜିଲାର ଜିଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri