କଟକ ଅଫିସ, ୨୦ା୧: କଟକ ସହରରେ ଜାଇକା କାର୍ଯ୍ୟର ଅଗ୍ରଗତି ନେଇ ମଙ୍ଗଳବାର ନୂଆବଜାରସ୍ଥିତ ଜାଇକା କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ତୁଳସୀପୁର ଟିଭି ସେଣ୍ଟରସ୍ଥିତ ପୋଖରୀର ଉନ୍ନତୀକରଣ ଓ ପାର୍କ ନିର୍ମାଣ, ଚହଟା ଓ କୃଷକ ବଜାର ଅଞ୍ଚଳକୁ ଜାଇକା ପ୍ରକଳ୍ପ ଅନ୍ତର୍ଭୁକ୍ତ କରିବାକୁ ପ୍ରସ୍ତାବ ଦେବା ସହିତ ବିଡାନାସୀ ଅଞ୍ଚଳର ବାକି ଥିବା ଜାଇକା କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ଗୁରୁତ୍ୱ ଦେଇଥିଲେ। ଏଥିସହ ସହରର ସମସ୍ତ ନାଳ ମରାମତି, ପଙ୍କୋଦ୍ଧାର, ଜଳ ନିଷ୍କାସନ ସମ୍ପର୍କରେ ପଚାରି ବୁଝିଥିଲେ। ମୁଖ୍ୟ ନାଳର କାନ୍ଥ ମରାମତି ଓ ସୁଦୃଢୀକରଣ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବର୍ଷାଦିନ ପୂର୍ବରୁ ମୁଖ୍ୟନାଳ ସମେତ ଗଳିକନ୍ଦି ନାଳଗୁଡିକରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ଜାଇକା କାର୍ଯ୍ୟର ମନ୍ଥରତାକୁ ନେଇ ବିଧାୟକ ମୋକିମ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଜାଇକାର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ବର୍ଷାଦିନେ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ବିଧାୟକ କହିଥିଲେ। ୨୦୨୧ ସୁଦ୍ଧା ସ୍ବେରେଜ କାର୍ଯ୍ୟ, ୨୦୨୨ ସୁଦ୍ଧା ବକ୍ସ ଡ୍ରେନ ଓ ଜାଇକା ପ୍ରକଳ୍ପ ଶେଷ କରିବା ପାଇଁ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ରାସ୍ତାଘାଟ ଓ ନାଳ ନର୍ଦ୍ଦମା ସମସ୍ୟା ଦୂର କରିବାକୁ ଉଦ୍ୟମ ହେଉଥିବା ସେମାନେ ସୂଚନା ଦେଇଥିଲେ। ଏହି ବୈଠକରେ ସିଏମ୍ସି କମିଶନର ଅନନ୍ୟା ଦାସ, ଜାଇକାର ଅଧିକାରୀ ଗୋଲଖ ବିହାରୀ ପରିଡା, ବିକ୍ରମ କେଶରୀ ମିଶ୍ର, ବି.ପି. ସିଂ, ମନୋଜ ରାଉତ, ଗିରିବାଳା ବେହେରା, ଶୈଳବାଳା ଜେନା, ଅଜିତ୍ ବେହେରା, ମହମ୍ମଦ ଅଲିମ ପ୍ରମୁଖ ଯୋଗଦେଇଥିଲେ।
Posted inଆମ ଜିଲା ଖବର, କଟକ View All
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

