ଜାଇକା କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

କଟକ ଅଫିସ, ୨୦ା୧: କଟକ ସହରରେ ଜାଇକା କାର୍ଯ୍ୟର ଅଗ୍ରଗତି ନେଇ ମଙ୍ଗଳବାର ନୂଆବଜାରସ୍ଥିତ ଜାଇକା କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ତୁଳସୀପୁର ଟିଭି ସେଣ୍ଟରସ୍ଥିତ ପୋଖରୀର ଉନ୍ନତୀକରଣ ଓ ପାର୍କ ନିର୍ମାଣ, ଚହଟା ଓ କୃଷକ ବଜାର ଅଞ୍ଚଳକୁ ଜାଇକା ପ୍ରକଳ୍ପ ଅନ୍ତର୍ଭୁକ୍ତ କରିବାକୁ ପ୍ରସ୍ତାବ ଦେବା ସହିତ ବିଡାନାସୀ ଅଞ୍ଚଳର ବାକି ଥିବା ଜାଇକା କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ଗୁରୁତ୍ୱ ଦେଇଥିଲେ। ଏଥିସହ ସହରର ସମସ୍ତ ନାଳ ମରାମତି, ପଙ୍କୋଦ୍ଧାର, ଜଳ ନିଷ୍କାସନ ସମ୍ପର୍କରେ ପଚାରି ବୁଝିଥିଲେ। ମୁଖ୍ୟ ନାଳର କାନ୍ଥ ମରାମତି ଓ ସୁଦୃଢୀକରଣ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବର୍ଷାଦିନ ପୂର୍ବରୁ ମୁଖ୍ୟନାଳ ସମେତ ଗଳିକନ୍ଦି ନାଳଗୁଡିକରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ଜାଇକା କାର୍ଯ୍ୟର ମନ୍ଥରତାକୁ ନେଇ ବିଧାୟକ ମୋକିମ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଜାଇକାର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ବର୍ଷାଦିନେ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ବିଧାୟକ କହିଥିଲେ। ୨୦୨୧ ସୁଦ୍ଧା ସ୍ବେରେଜ କାର୍ଯ୍ୟ, ୨୦୨୨ ସୁଦ୍ଧା ବକ୍ସ ଡ୍ରେନ ଓ ଜାଇକା ପ୍ରକଳ୍ପ ଶେଷ କରିବା ପାଇଁ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ରାସ୍ତାଘାଟ ଓ ନାଳ ନର୍ଦ୍ଦମା ସମସ୍ୟା ଦୂର କରିବାକୁ ଉଦ୍ୟମ ହେଉଥିବା ସେମାନେ ସୂଚନା ଦେଇଥିଲେ। ଏହି ବୈଠକରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ଜାଇକାର ଅଧିକାରୀ ଗୋଲଖ ବିହାରୀ ପରିଡା, ବିକ୍ରମ କେଶରୀ ମିଶ୍ର, ବି.ପି. ସିଂ, ମନୋଜ ରାଉତ, ଗିରିବାଳା ବେହେରା, ଶୈଳବାଳା ଜେନା, ଅଜିତ୍‌ ବେହେରା, ମହମ୍ମଦ ଅଲିମ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?