ପ୍ରତି ଘରେ ପିଇବା ପାଣି ପହଞ୍ଚାଇବାକୁ ଗୁରୁତ୍ୱ

ଦାରିଙ୍ଗବାଡି,୩୧।୫(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଷଷ୍ଠତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇଥିବା ବେଳେ ବିଡିଓ ଗଦାଧର ପାତ୍ର, ୧୦ନଂ ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ୧୧ନଂ ଜିଲା ପରିଷଦ ସଦସ୍ୟ ଦୀପିକା ମୁଠାମାଝି, ଏମ୍‌ପି ପ୍ରତିନିଧି ଅକ୍ଷୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିରଜ ସାହୁ ଗତ ବୈଠକର ବିବରଣୀ ପଠନ କରିଥିଲେ। ବିଧାୟକ କହିଥିଲେ ଯେ, ରାଜ୍ୟ ସରକାର ଘରେ ଘରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେଉଛନ୍ତି, ଏବେ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ପ୍ରତି ଘରେ ଘରେ ସମସ୍ତେ ଯେମିତି ପାଣି ପାଇବେ ସେନେଇ କାର୍ଯ୍ୟ କରନ୍ତୁ ବୋଲି କହିଛନ୍ତି। ସେହିପରି ଦାରିଙ୍ଗବାଡିର ଦୁର୍ଗମ ଅଞ୍ଚଳରେ ସାଧାରଣ ବଣ୍ଟନ ଚାଉଳ, କିରୋସିନ ଆଦି ସମବାୟ ସମିତି ପକ୍ଷରୁ ବଣ୍ଟନ କରାଯାଇଛି। ତେଣୁ ଏହାକୁ ସରଳ କରିବା ପାଇଁ ସମସ୍ତ ପଞ୍ଚାୟତ ବଣ୍ଟନ ଦାୟିତ୍ୱ ନେଲେ ସାଧାରଣ ବଣ୍ଟନ ସାମଗ୍ରୀ ହିତାଧିକାରୀ ସହଜରେ ପାଇପାରିବେ ବୋଲି ବିଧାୟକ କହିଥିଲେ। ସେହିପରି ସ୍ବାସ୍ଥ୍ୟ ସେବା ସମ୍ପର୍କିତ ଆଲୋଚନା ହୋଇଥିଲା। ସେହିପରି ଉପସ୍ବାସ୍ଥ୍ୟ କେନ୍ଦ୍ର ମାଧ୍ୟମରେ ରୋଗୀ ପ୍ରାଥମିକ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭଳି ବିଭିନ୍ନ ପ୍ରକାର ରୋଗ ପରୀକ୍ଷା କରାଇବା ବ୍ୟବସ୍ଥା କରାଯାଇଛି। ବ୍ରାହ୍ମଣୀ ଗାଁକୁ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି ବୋଲି କୁହାଯାଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ଜଣ ଡାକ୍ତର ରହିଥିବା ବେଳେ ମେଡିକାଲରେ ଡାକ୍ତରମାନେ ପାଳି କରି ଡିୟୁଟି କରୁଥିବା ବିଧାୟକ ଏବଂ ଦାରିଙ୍ଗବାଡି ସମିତିସଭ୍ୟ କାଳିପ୍ରସାଦ ମଲିକ ମଧ୍ୟ ଅଭିଯୋଗ କରିଥିଲେ। ଏହାକୁ ମେଡିକାଲ ଅଫିସର ସ୍ବୀକାର କରିଥିଲେ। ସେହିପରି ରୋଗୀ କଲ୍ୟାଣ ସମିତି ବୈଠକ କୋଭିଡ ସମୟରେ କରାଯାଇଥିବା ବେଳେ ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ବୈଠକ କରାଯାଇ ନ ଥିବା ଯୋଗୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ବୈଠକରେ ଅଭିଯୋଗ ହୋଇଥିଲା। ସେହିପରି ଦାରିଙ୍ଗବାଡି ବଜାରରେ ଗତ ୮ ମାସ ହେଲା ପାଇପ ଯୋଗେ ଜଳଯୋଗାଣ ହେଉ ନ ଥିବା ଅଭିଯୋଗ ହୋଇଥିଲା। ଏଥିରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଜ୍ୟୋତିରଞ୍ଜନ ଦାସ ଉତ୍ତରରେ କହିଥିଲେ ଯେ, ଦାରିଙ୍ଗବାଡିଠାରୁ ବ୍ରାହ୍ମଣୀ ଗାଁ ରାସ୍ତା ସମ୍ପ୍ରସାରଣ ଯୋଗୁ ପାଇପଗୁଡିକ ନଷ୍ଟ ହୋଇଯାଇଛି, ଫଳରେ ଏବେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯାଉଥିବା କହିଛନ୍ତି। ବୈଠକରେ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହେବା ସହ ବିଭିନ୍ନ ପଞ୍ଚାୟତରେ ସଫଳତାର ସହ କାର୍ଯ୍ୟ କରିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, କନିଷ୍ଠ ଯନ୍ତ୍ରୀ ଓ ଅନ୍ୟ କର୍ମଚାରୀଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri