‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନ ପକ୍ଷରୁ ଅବସରପ୍ରାପ୍ତ ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆୟୋଜିତ ସଭାରେ କଲେଜ ଅଧ୍ୟକ୍ଷ ବିଭାସ କୁମାର ଦାସ ଅଧ୍ୟକ୍ଷତା କରି ପାଠଚକ୍ର ଦ୍ୱାରା ଛାତ୍ରୀଛାତ୍ରଙ୍କ ଜ୍ଞାନ ବୃଦ୍ଧିରେ ସହାୟ ହେଉଛି ବୋଲି କହିଥିଲେ। ଅବସରପ୍ରାପ୍ତ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଇଲୋକ୍ଟ୍ରୋନିକ୍ସ ବିଭାଗ ଛାତ୍ରୀଛାତ୍ରଙ୍କ ପାଇଁ ବର୍ତ୍ତମାନର ଯୁଗରେ ବ୍ୟାପକ ନିଯୁକ୍ତି ସୁଯୋଗ ଅଛି ବୋଲି କହିଥିଲେ। ଏ ଆଇ ଯୁଗରେ ଲୋକଙ୍କ ଆବଶ୍ୟକତା କମିଯାଇଛି। ଆଗକୁ ୬-ଜି ମୋବାଇଲ ସେବା ଆସିବାକୁ ଯାଉଛି। ଏନେଇ ଗବେଷଣା ଚାଲିଛି। ୬-ଜି ସେବା ଆସିଲେ ଶିକ୍ଷା, ସ୍ବାସ୍ଥ୍ୟକ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ। ଏଲନ ମାସ୍କ ଅସମ୍ଭବ ଜ୍ଞାନ କୌଶଳକୁ ସମ୍ଭବ କରୁଛନ୍ତି। ପୁରାଣ ଯୁଗରେ ଯାହା ଥିଲା ତାହାକୁ ଅମେରିକା, ଚାଇନା ଗବେଷଣା କରି ଆଗକୁ ବଢ଼ୁଛନ୍ତି। ଆମେରିକା, ରୁଷିଆ, ଚାଇନାଠୁ ଆମେ ପଛରେ ପଡ଼ିଯାଇଛେ। ଆମେ ଭାବୁନାହାନ୍ତି। ଚେଷ୍ଟା କରୁ ନାହାନ୍ତି। ବ୍ୟବହାର କରିବା ହିଁ ଆମର ଅଭ୍ୟାସ ହୋଇଯାଇଛି। ପଢ଼ିବା, ମାର୍କ ଆଣିବା ମଧ୍ୟ ଆମର ଅଭ୍ୟାସ। ଏଥିରୁ ବାହାରି ଆଗକୁ ବଢ଼ି ଅଧିକ ଶିଖିବା, ଗବେଷଣା କରିବା ଉପରେ ଦୃଷ୍ଟି ଦେବାକୁ ପଡ଼ିବ ବୋଲି ରାଜେନ୍ଦ୍ର ଦାସ କହିଥିଲେ। ଛାତ୍ର ସତ୍ୟବ୍ରତ ପାଢ଼ୀ ୬-ଜି ଉପରେ ଲିଖିତ ସନ୍ଦର୍ଭଟିକୁ ପଠନ କରିଥିଲେ। ତାଙ୍କୁ ବିଭାଗୀୟ ମୁଖ୍ୟ ଅଧ୍ୟାପକ ବୁଧିନାଥ ବେହେରା ଓ ଅଧ୍ୟାପକ ସତ୍ୟ ନାରାୟଣ ସାହୁ ସହଯୋଗ କରିଥିଲେ।

ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ରଥ, ଡ. ରବୀନ୍ଦ୍ର କୁମାର ମିଶ୍ର, ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଆର ହରିଶ, ସନାତନ ବେହେରା, ସୁନୀଲ ବ୍ରହ୍ମା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କିରାଣି ତପନ ବେହେରା, କର୍ମଚାରୀ ରଶ୍ମିତା ନାଇକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri