Posted inଫୁରସତ

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା ପ୍ରଚାର ପ୍ରସାର କରିବା ଏହି ଦିନର ମୂଳ ଉଦ୍ଦେଶ୍ୟ। ଉକ୍ତ ଦିନ ଯୁବକମାନଙ୍କୁ ଆତଙ୍କବାଦ ଏବଂ ହିଂସା ପଥରୁ ଦୂରେଇ ରଖିବା ପାଇଁ ଏକ ବାର୍ତ୍ତା ଦିଆଯାଏ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ମେ’ ୨୧, ୧୯୯୧ରେ ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ଆତ୍ମଘାତୀ ଆକ୍ରମଣରେ ନିହତ ହୋଇଥିଲେ। ଏହି ଘଟଣା ପରେ ଭାରତ ସରକାରଙ୍କ ପକ୍ଷରୁ ମେ’ ୨୧କୁ ଆତଙ୍କବାଦ ବିରୋଧୀ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ। ସେବେଠାରୁ ରାଜୀବ ଗାନ୍ଧୀଙ୍କ ସ୍ମୃତିରେ ମେ’ ୨୧ରେ ଆତଙ୍କବାଦ ବିରୋଧୀ ଦିବସ ପାଳନ କରାଯାଉଛି। ଲୋକଙ୍କ ମଧ୍ୟରେ ଶାନ୍ତି, ମାନବିକତା, ଏକତା ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରିବା ତଥା ଆତଙ୍କବାଦ ବିରୋଧୀ ସାମାଜିକ କାର୍ଯ୍ୟକଳାପ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ପାଳନ କରାଯାଏ।
ବିରୋଧୀ ଦିବସ ଅବସରରେ ବିଭିନ୍ନ ସରକାରୀ, ବେସରକାରୀ ଏବଂ ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ଏହି ଦିନ ବିଭିନ୍ନ ଫୋରମରେ ଆତଙ୍କବାଦ ବିରୋଧୀ ଶପଥ ନିଆଯାଏ। ଆତଙ୍କବାଦ ସମ୍ବନ୍ଧୀୟ ପ୍ରସଙ୍ଗରେ ସେମିନାର, ବିତର୍କ, ଚିତ୍ରାଙ୍କନ ପ୍ରତିଯୋଗିତା, ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri