Posted inଜାତୀୟ

ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ, କମ୍ୟୁନିଟି କିଚେନ୍‌ ମଡେଲ ଯୋଜନା ପାଇଁ କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପରାମର୍ଶ …

ନୂଆଦିଲ୍ଲୀ, ୧୮।୧ : ଦେଶରେ ବହୁ ଲୋକଙ୍କୁ ଦିନକୁ ଦୁଇମୁଠା ଖାଇବାକୁ ମିଳୁନି। ଏନେଇ ଏକ ମାମଲାର ବିଚାର କରି ସୁପ୍ରିମ୍‌ କୋର୍ଟ ମଙ୍ଗଳବାର କହିଛନ୍ତି ଯେ, ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ। ଏନେଇ ଶୀର୍ଷ କୋର୍ଟ କେନ୍ଦ୍ର ସରକାରଙ୍କୁ କମ୍ୟୁନିଟି କିଚେନ୍‌ ମଡେଲ ଯୋଜନା ପାଇଁ ପରାମର୍ଶ ଦେଇଛନ୍ତି।

ଏନେଇ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଅତିରିକ୍ତ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବା ଉପରେ ବିଚାର କରିବା ଲାଗି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ପ୍ରଧାନ ବିଚାରପତି ଏନ.ଭି. ରମନା, ବିଚାରପତି ଏ.ଏସ୍‌. ବୋପନ୍ନା ଏବଂ ହିମା କୋହଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କ୍ଷୁଧା ଜନିତ ମୃତ୍ୟୁ ରୋକିବା ଲାଗି କମ୍ୟୁନିଟି କିଚେନ୍‌ ଅପରିହାର୍ଯ୍ୟ ଏକ ମାମଲାର ଶୁଣାଣି କରି ଏସମ୍ପର୍କିତ ନୀତି ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି।

ଶୀର୍ଷ କୋର୍ଟ କହିଛନ୍ତି ଯେ, ଆମେ ଏହା କହୁ ନାହୁଁ ଯେ ସରକାର ଖାଦ୍ୟ ଦେଉ ନାହାନ୍ତି। କିନ୍ତୁ ଏନେଇ ଏକ ନୀତିଗତ ମଡେଲ ପ୍ରସ୍ତୁତି କରାଯାଇ ପାରନ୍ତା ବୋଲି ଆମେ ଜୋର୍‌ ଦେଉଛୁ। ଏଭଳି ଯୋଜନା ସମ୍ପର୍କରେ ଚିନ୍ତା କରିବାର ଆବଶ୍ୟକତା ରହିଥିବା ପ୍ରଧାନ ବିଚାରପତି କହିଛନ୍ତି।

କେତେକ ରାଜ୍ୟ ୨-୩ ପ୍ରତିଶତ ଖାଦ୍ୟଶସ୍ୟ ଆବଣ୍ଟିନ ଯୋଜନା ଉପରେ ପ୍ରସ୍ତାବ ଦେଇଛନ୍ତି ବୋଲି ସେ କହିଛନ୍ତି। ସରକାର ଏହି ମାମଲାକୁ ଏକ ମୋକଦମା ଭାବେ ଗ୍ରହଣ ନକରି ଏହାର ସମାଧାନର ପଥ ବାହାର କରିବା ଉଚିତ। ଏହାକୁ ଏକ ମାନବୀୟ ସମସ୍ୟା ଭାବେ ଦେଖିବାର ଆବଶ୍ୟକତା ରହିଛି ବୋଲି ପ୍ରଧାନ ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri