Posted inTrending, ଖେଳ

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ ୧୩୯ ରନ୍‌ର ପାଳି ଭାରତକୁ ସହଜ ବିଜୟ ଦେଇଥିଲା। ଏହା ସହ କୋହଲିଙ୍କ ନାମରେ ଏପରି ଏକ ରେକର୍ଡ ରହିଛି, ଯାହା ଭବିଷ୍ୟତରେ ଭାଙ୍ଗିବା ଅନ୍ୟ ବ୍ୟାଟରଙ୍କ ପାଇଁ କଷ୍ଟକର ହୋଇପାରେ।

ବିରାଟ କୋହଲି ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୮୬ଟି ଶତକ ହାସଲ କରିଛନ୍ତି। ଏଥିରୁ ୬୦ଟି ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଶତକ ହାସଲ କରିଥିବା ମ୍ୟାଚ୍‌ରେ ଦଳକୁ ସର୍ବାଧିକ ବିଜୟ ଦେଇଥିବା ବ୍ୟାଟରଙ୍କ ତାଲିକାରେ କୋହଲି ଶୀର୍ଷରେ ରହିଛନ୍ତି।

ଏହି ତାଲିକାରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ପଣ୍ଟିଂ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୭୧ଟି ଶତକ ହାସଲ କରିଥିବାବେଳେ ତାଙ୍କ ୫୫ଟି ଶତକୀୟ ପାଳିରେ ଅଷ୍ଟ୍ରେଲିଆ ବିଜୟ ହାସଲ କରିଥିଲା।

ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଶତକୀୟ ପାଳିରେ ଭାରତ ୫୩ଟି ମ୍ୟାଚ୍‌ଷର ବିଜୟୀ ହୋଇଥିଲା। ଅନ୍ୟପକ୍ଷରେ ସଚିନଙ୍କ ୪୭ଟି ଶତକ ପରେ ଭାରତକୁ ପରାଜୟର ସାମ୍ନା ମଧ୍ୟ କରିବାକୁ ପଡ଼ିଥିଲା।

ଭାରତର ଅନ୍ୟତମ ଷ୍ଟାର ବ୍ୟାଟର୍‌ ରୋହିତ ଶର୍ମା ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୫୧ଟି ଶତକ ହାସଲ କରିଛନ୍ତି। ତାଙ୍କ ୪୨ଟି ଶତକୀୟ ପାଳିରେ ଭାରତ ବିଜୟ ହାସଲ କରିଛି।

କୋହଲିଙ୍କ ଏହି ପରିସଂଖ୍ୟାନ ତାଙ୍କ ଶତକ ଓ ଦଳୀୟ ବିଜୟ ମଧ୍ୟରେ ଥିବା ସମ୍ପର୍କକୁ ଦର୍ଶାଉଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ନିଜର ଶତକୀୟ ପାଳି ସହ କୋହଲି ଏହି ରେକର୍ଡକୁ ଆହୁରି ମଜଭୁତ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?