ଗୋପପୁର ବିନା ଧନୁଯାତ୍ରା ମହୋତ୍ସବର ପରିକଳ୍ପନା ଅସମ୍ଭବ

ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ। ଗୋପପୁର ବିନା ଧନୁଯାତ୍ରା ମହୋତ୍ସବର ପରିକଳ୍ପନା ଅସମ୍ଭବ। ଏହି ଦୃଷ୍ଟିରୁ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ବରଗଡ଼ ସହର ମଥୁରାନଗରୀ ପାଲଟୁ ଥିବାବେଳେ ଅମ୍ବାପାଲି ଗୋପପୁର ହୋଇଥାଏ। ମଝିରେ ପ୍ରବାହିତ ଜୀରାନଦୀ ଯମୁନା ରୂପ ନେଇଥାଏ। ତେବେ ବରଗଡ଼ ସହର ହାଟପଦାରେ ଇତିମଧ୍ୟରେ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପିତ ହୋଇ ସାରିଥିବାବେଳେ ସୋମବାର ସନ୍ଧ୍ୟାରେ ଅମ୍ବାପାଲି(ଗୋପପୁର)ରେ ଶୁଭସ୍ତମ୍ଭ ସ୍ଥାପିତ ହୋଇଛି। ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ଜୀରାନଦୀ କୂଳ କଦମ୍ବ ବନକୁ ପହଞ୍ଚିଥିଲା। ସେଠାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା। ଏହି ଅବସରରେ ଶ୍ରୀରାଧା, ଶ୍ରୀକୃଷ୍ଣ ଏବଂ ବଳରାମ କଳାକାରଙ୍କୁ ବରଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ପୌର ପରିଷଦ ନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁ, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, କାଉନ୍‌ସିଲର ଗୀତାଞ୍ଜଳି ବାଗ, ନାରାୟଣ ଭୋଇ, ଈଶ୍ୱର ବାଗ, ଦୟାନିଧି ପ୍ରଧାନ, ପଞ୍ଚାନନ ବିର୍ତ୍ତିଆ, ସୁନୀଲ ଶର୍ମା, ଶିବାନନ୍ଦ ମଟାରୀ, ରାଜକୁମାର ବିଶି ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?