ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଅମାନବୀୟ: ଭାଜପା

ଭୁବନେଶ୍ୱର,୨୭ା୬(ଅନିଲ ଦାସ)ପୋଲିସର ନାଲିଆଖି ଦେଖାଇ ଗଣମାଧ୍ୟମ ସଂସ୍ଥା ଓ ସାମ୍ବାଦିକଙ୍କ କଣ୍ଠରୋଧ କରିବା ହେଉଛି ବିଜେଡିର ଚିରାଚରିତ ଅଭ୍ୟାସ। ଗଣମାଧ୍ୟମ ସଂସ୍ଥା ଓ ତାଙ୍କ କର୍ମଚାରୀଙ୍କ ଉପରେ ଆକ୍ରମଣ, ଧମକ ଦେବା ଭଳି ବିଜେଡିର ଅଗଣତାନ୍ତ୍ରିକ ଉଦାହରଣ ରହିଛି। ମଙ୍ଗଳବାର ଜଣେ କାର୍ଯ୍ୟରତ ସାମ୍ବାଦିକାଙ୍କ ଉପରେ ପୂର୍ବତନ ସୂଚନା ଓ ପ୍ରସାରଣ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ରଘୁନନ୍ଦନ ଦାସ ନିଜ ସରକାରୀ ବାସଭବନରେ କୁକୁର ଛାଡି ଭୟଭୀତ କରିଛନ୍ତି। ଏହା ତାଙ୍କ ହୀନ ମାନସିକତାର ପରିଚୟ ଦେଇଛି। ଏଭଳି ଅମାନବୀୟ କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ନୀରବ ନିର୍ଦ୍ଦେଶ’ରେ ଗଣମାଧ୍ୟମ ସଂସ୍ଥା, କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଆଗରୁ ଅନେକ ଥର ଆକ୍ରମଣ ହୋଇଛି। ଗତକାଲିର ଅମାନବୀୟ ଘଟଣାକୁ ୨୪ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ନବୀନ ଚୁପ୍‌ ବସିଥିବାରୁ ଏହି ଘଟଣା ତାଙ୍କ ଇଙ୍ଗିତରେ ହୋଇଥିବା ସ୍ପଷ୍ଟ ହୋଇଛି। ତାଙ୍କ ଦଳର ଜଣେ ବରିଷ୍ଠ ନେତାଙ୍କ ଏଭଳି କାର୍ଯ୍ୟକଳାପ ସମ୍ପର୍କରେ ସେ ମୁହଁ ଖୋଲନ୍ତୁ। ‘ଔଷଧ ରାଗରେ ତାଟିଆ କାମୁଡ଼ିବା’ ଭଳି ନିର୍ବାଚନ ହାରିବା ପରେ ବିଜେଡି ନେତାମାନେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛନ୍ତି। ଅତୀତରେ ନବୀନ ସରକାର ସମୟରେ ଅନେକ ଗଣମାଧ୍ୟମ ସଂସ୍ଥା ଏବଂ କାର୍ଯ୍ୟରତ ଖବରଦାତାମାନେ ଆକ୍ରୋଶର ଶିକାର ହୋଇଛନ୍ତି। ଏପରି କି ଲୋକସେବା ଭବନ ଓ ବିଧାନସଭା ଯିବା ଉପରେ ପ୍ରତିବନ୍ଧକ ଲଗାଇଥିଲେ ା

ଦଉଡ଼ି ବାନ୍ଧି ଖବରଦାତାମାନଙ୍କୁ ଅପମାନିତ କରିବାକୁ ପଛାଇ ନ ଥିଲେ ା ନିର୍ବାଚନ ହାରିବା ପରେ ବି ଗଣମାଧ୍ୟମ ଓ ଖବରଦାତାଙ୍କୁ ଅପମାନିତ କରିବାର ମାନସିକତା ଓ ଅହଂକାର ଆଜି ବି ନବୀନ ବାବୁ ଓ ତାଙ୍କ ଦଳର ନେତାଙ୍କର ରହିଛି ବୋଲି ଦିଲୀପ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍‌ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri