ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ପ୍ରଥମେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୭ଦିନିଆ ନୋଟିସ ପଠାଯିବ। ଏହାପରେ ଅନୁପାଳନ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।
ଗୁରୁବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲା ଶ୍ରମ ଅଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମ କଡାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶ୍ରମ ଆୟୁକ୍ତ ଓ ସମସ୍ତ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲଗାଯିବା ନେଇ କଡ଼ା ନିରୀକ୍ଷଣ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦାରା ଓଡ଼ିଶା ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକ ସଂଶୋଧନ କରାଯାଇଛି। ଏଯାବତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ଲେଖାଯାଇଛି। କେତୋଟି ଖିଲାପକାରୀ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ବିରୋଧରେ ମକଦ୍ଦମା ସହିତ ଜରିମାନା କରାଯାଇଛି। ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବ। ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନ ହୁଏ, ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜରିମାନା ଆଦାୟ ସହ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମଥର ଖିଲାପକାରୀଙ୍କୁ ୫ହଜାର ଟଙ୍କା ଏବଂ ଦ୍ୱିତୀୟଥର ୨୫ହଜାର ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। ଜିଲାସ୍ତରରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ, ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହିତ ଏ ସଂକ୍ରାନ୍ତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ନିମିତ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri