Posted inଜାତୀୟ

ସ୍ବାର୍ଥ ରାଜନୀତି ବଦଳରେ ସେନାର ମନୋବଳ ବୃଦ୍ଧି କରିବା ଜରୁରୀ: ମୋଦି

ଅହମଦାବାଦ,୩୧।୧୦: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପାକିସ୍ତାନ କରାଇଥିଲା। ଦୀର୍ଘଦିନ ପରେ ଏହି ସତ୍ୟତା ପଦାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୁଲଓ୍ବାମା ଆତଙ୍କବାଦୀ ଘଟଣାରେ ପାକିସ୍ତାନ ସମ୍ପୃକ୍ତ ଥିବା ଏହାର ଜଣେ ମନ୍ତ୍ରୀ ପାର୍ଲାମେଣ୍ଟରେ ସ୍ବୀକାର କରିଛନ୍ତି। ଏହା ପରେ ବିରୋଧୀ ଦଳ ପ୍ରଶ୍ନ ଉଠାଉଥିବାରୁ ଏନେଇ ମୋଦି କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଦେଶର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ତଥା ଏକତା ଦିବସ ଅବସରରେ ଗୁଜରାଟର କେଭାଡିଆଠାରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ସେ ଶନିବାର କହିଛନ୍ତି ଯେ, ସେନା ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ କିଛି ରାଜନୈତିକ ଦଳ ନିଜର ସ୍ବାର୍ଥ ରାଜନୀତି କରିବା ଆରମ୍ଭ କରିଥିଲେ। ସେନାର ମନୋବଳ ବଢ଼ାଇବା ଜରୁରୀ ହୋଇଥିବାବେଳେ ଦେଶର ଜନସାଧାରଣଙ୍କୁ ଭ୍ରମାତ୍ମକ ମନ୍ତବ୍ୟ ଦେବା ଆରମ୍ଭ କରିଥିଲେ। ତେବେ ପଡ଼ୋଶୀ ଦେଶ ପାକିସ୍ତାନର ସ୍ବୀକାରୋକ୍ତି ପରେ ଏବେ ସତର ପର୍ଦ୍ଦାଫାଶ୍‌ ହୋଇଛି। ସେ ରାହୁଲ ଗାନ୍ଧୀ ଅବା କଂଗ୍ରେସର ନାମ ନ ନେଇ କହିଛନ୍ତି ଯେ, ଦେଶର ସଙ୍କଟ ସମୟରେ କିଛି ଦଳ ଏବଂ କେତେକ ଲୋକ ନିଜର ସ୍ବାର୍ଥ ପୂରଣ ପାଇଁ ପ୍ରୟାସ ହିଁ କରିଥାନ୍ତି। ଏବେ ମୋଦିଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri