Posted inଜାତୀୟ

ସୁରକ୍ଷା ପାଇଁ ଲାଇସେନ୍ସ୍‌ ବନ୍ଧୁକ ରଖିବା ଆଇନଜୀବୀଙ୍କ ଲାଗି ଉଚିତ ନୁହେଁ…

ଲକ୍ଷ୍ନୌ,୧୪।୧୦: ଜଣେ ଆଇନଜୀବୀ ନିଜ ସୁରକ୍ଷା ପାଇଁ ପାଖରେ ଲାଇସେନ୍ସ୍‌ ବନ୍ଧୁକ ରଖିବାକୁ କରିଥିବା ଆବେଦନକୁ ଆହ୍ଲାବାଦ ହାଇକୋର୍ଟ ଖାରଜ କରଛନ୍ତି। କୋର୍ଟ କହିଛନ୍ତି ଯେ, ବିନା କାରଣରେ ଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ରଖିବାର ଜଣେ ଆଇନଜୀବୀଙ୍କ ଲାଗି ଠିକ ନୁହେଁ। ଏହା ତାଙ୍କ ପେଶାର ହିତ ଦୃଷ୍ଟିରୁ ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି। ଆଇନ ଏକ ସମ୍ମାନଜନକ ପେଶା ।

ବିଚାରପତି ସୌରଭ ଶ୍ୟାମ ଶାମଶେରୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଯଦି ଜଣେ ଆଇନଜୀବୀ ତାଙ୍କ ବ୍ୟକ୍ତିଗତ ତଥା ବୃତ୍ତିଗତ ସୁରକ୍ଷା ପାଇଁ ଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ଆବଶ୍ୟକ କରନ୍ତି, ତେବେ ଏହା ଅତ୍ୟନ୍ତ ବିପଜ୍ଜନକ ସାବ୍ୟସ୍ତ ହେବ।

ବନ୍ଧୁକ ଲାଇସେନ୍ସ ପାଇବା ପାଇଁ ଆଇନଜୀବୀ ରାମ ମିଲାନ ଆବେଦନ କରିଥିଲେ। ତାଙ୍କ ବ୍ୟକ୍ତିଗତ ତଥା ବୃତ୍ତିଗତ ସୁରକ୍ଷା ପାଇଁ ଆର୍ମସ ଆକ୍ଟ, ୧୯୫୯ର ଧାରା ୧୩ ଅନୁଯାୟୀ ଏକ ରିଭଲଭର ଲାଇସେନ୍ସ ଲାଗି ସେ ଆବେଦନ କରିଥିଲେ। କାରଣ ତାଙ୍କୁ ଏବଂ କିଛି ସ୍ଥାନୀୟ ଲୋକଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା। ଘରେ ପଶି ପରିବାରର ମହିଳା ସଦସ୍ୟଙ୍କୁ ବଳାତ୍କାର କରିବାକୁ ଉଦ୍ୟମ କରାଯାଇଥିବା ସେ ଆବେଦନରେ ଉଲ୍ଲେଖ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ଏହି ମାମଲାରେ ପଞ୍ଜୀକୃତ ହୋଇଥିବା ଦୁଇଟି ଏଫଆଇଆର୍‌ ଦର୍ଶାଇଛନ୍ତି ଏବଂ ଯୁକ୍ତି ବାଢ଼଼ିଥିଲେ ଯେ ତାଙ୍କ ବୃତ୍ତି ଏବଂ ବ୍ୟକ୍ତିଗତ ତଥା ବୃତ୍ତିଗତ ସୁରକ୍ଷା ପାଇଁ ତାଙ୍କୁ ବାହାରକୁ ଲଗାତାର ଯିବାଆସିବାକୁ କରିବାକୁ ପଡିଥାଏ। ତେଣୁ ଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ଆବଶ୍ୟକ ବୋଲି ସେ ଦର୍ଶାଇଥିଲେ।

ଅପରପକ୍ଷରେ, ସରକାରୀ ଆଇନଜୀବୀ ଏନେଇ ଖଣ୍ଡପୀଠଙ୍କ ସମ୍ମୁଖରେ କହିଥିଲେ ଯେ ରେକର୍ଡରେ ଏ ସମ୍ପର୍କିତ କୌଣସି ତଥ୍ୟ ନାହିଁ ଯାହା ଆବେଦନକାରୀ ଅପରାଧର ଶିକାର ହୋଇଛନ୍ତି କିମ୍ବା ଲାଇସେନ୍ସପ୍ରାପ୍ତ ଅସ୍ତ୍ରଶସ୍ତ୍ର ରଖିବା ଲାଗି ତାଙ୍କର ପ୍ରକୃତ ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri