ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ କହିଛନ୍ତି।  ରାଜ୍ୟପାଳ ଡ. ଲାଲ ସହରର କାକଟସ୍ଥିତ ଶିକ୍ଷକ ଲକ୍ଷ୍ମୀପ୍ରସାଦ ଦାସଙ୍କ ଏକାଦଶାହରେ ଯୋଗଦେବା ପାଇଁ ମଙ୍ଗଳବାର କେନ୍ଦ୍ରାପଡ଼ା ଆସିଥିଲେ। ଏହି ଅବସରରେ ଜଜାଙ୍ଗସ୍ଥିତ ସର୍କିଟ ହାଉସଠାରେ ଜିଲା ପ୍ରଶାସନ ସହିତ ସ୍ଥାନୀୟ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା କରିଥିଲେ। କେନ୍ଦ୍ରାପଡ଼ା ଓଡ଼ିଶାର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ ଚିହ୍ନଟ କରାଯାଇଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଜଳ ଶକ୍ତି ସଂରକ୍ଷଣ ଅଭିଯାନରେ ଏହି ଜିଲା ସାମିଲ ହୋଇଛି। ୨୦୧୯ରେ ଆରମ୍ଭ ହୋଇଥିବା ଏହି ଅଭିଯାନ ସମ୍ପର୍କରେ ଜିଲା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ନାୟକଙ୍କଠାରୁ ସେ ସବିଶେଷ ବିବରଣୀ ମାଗିଥିଲେ। ଏହାକୁ ଆଖି ଆଗରେ ରଖି ରାଜ୍ୟପାଳ କହିଥିଲେ, ଆଗାମୀ ପିଢ଼ି ପାଇଁ ଜଳ ସଂରକ୍ଷଣ ଓ ସ୍ଥାନୀୟ ଜିଲାବାସୀଙ୍କୁ ଆବଶ୍ୟକ ଅନୁଯାୟୀ ପାନୀୟ ଜଳ ଯୋଗାଣ ଆବଶ୍ୟକ। ଏଥିସହିତ ମଧ୍ୟାହ୍ନ ଭୋଜନରେ ଶିଶୁମାନେ ସାମିଲ ହେବା ଓ ସ୍କୁଲରେ ଶୌଚାଳୟ ନିର୍ମାଣ ତ୍ୱରାନ୍ବିତ କରିବାକୁ ସେ ଜିଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଶିଶୁମାନେ ଦେଶର ଭବିଷ୍ୟତ।  ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ଆମ ଜିଲା ଓ ରାଜ୍ୟର ସ୍ଥିତି ସମ୍ପର୍କରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରଚନା ପ୍ରସ୍ତୁତ କରିବାକୁ ରାଜ୍ୟପାଳ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କୁ ଜିଲାପାଳ ଅମୃତ ଋତୁରାଜ ସ୍ବାଗତ କରିବା ସହ ଏଠାରେ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଏହି ଆଲୋଚନାରେ ଏସ୍‌ପି ମଡ଼କର ସନ୍ଦୀପ ସମ୍ପତ, ଏଡିଏମ୍‌ ପୀତାମ୍ବର ସାମଲ, ଦୁର୍ଗାପ୍ରସାଦ ମହାରଣା, ଉପଜିଲାପାଳ ନିରଞ୍ଜନ ବେହେରା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri