ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସମ୍ଭବ: ଅଶୋକ ପଣ୍ଡା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଭୁବନେଶ୍ୱର ଏକାମ୍ର ପ୍ରକଳ୍ପ ଏବଂ କୋଣାର୍କ ପ୍ରକଳ୍ପ ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଦେଇଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ରାଜ୍ୟ ସଂସ୍କୃତି ବିଭାଗକୁ ଅବଗତ କରାଯାଇଛି। ପ୍ରତିବନ୍ଧିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟକୁ ଅନୁମତି ଦିଆଯାଇଛି। ଏନ୍‌ଏମ୍‌ଏ କଟକଣା ରହିଥିବାରୁ ଉକ୍ତ ଅଞ୍ଚଳରେ ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରାଯାଇପାରୁ ନ ଥିଲା। ଏହି କଟକଣାକୁ ହଟାଇବା ପାଇଁ ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍ସନ କର୍ପୋରେଶନ (ଓବିସିସି) ପକ୍ଷରୁ ଏନ୍‌ଏମ୍‌ଏ ନିକଟରେ ଏକ ସଂଶୋଧିତ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ (ଡିପିଆର) ଦାଖଲ କରାଯାଇଥିଲା। ଏହାକୁ ତର୍ଜମା କରାଯିବା ପରେ ଏନ୍‌ଏମ୍‌ଏ ପକ୍ଷରୁ ଏନ୍‌ଓସି ପ୍ରଦାନ କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ନିର୍ମାଣ ହେଉଥିବା କ୍ଲକ୍‌ ରୁମ୍‌, ମିନି କ୍ଲକ୍‌ ରୁମ୍‌, ସେଲ୍‌ଟର ପାଭେଲିୟନ, ମହିଳା ଟଏଲେଟ, ସେବାୟତ ଟଏଲେଟ, ଇଲେକ୍ଟ୍ରିକାଲ ରୁମ, କିଓସ୍କୋ, ପୋଲିସ ସର୍ଭିସ ସେଣ୍ଟର, ଫାଷ୍ଟ ଏଡ୍‌ ସେଣ୍ଟର, ଏଟିଏମ୍‌ ଇତ୍ୟାଦି ନିର୍ମାଣ କ୍ଷେତ୍ରରେ ରହିଥିବା ବାଧା ଦୂର ହୋଇଛି। ସେହିପରି ଏକାମ୍ର ପ୍ରକଳ୍ପ ପାଇଁ ଲିଙ୍ଗରାଜ ମଲ୍‌ଟିମୋଡାଲ ହବ୍‌, କେଦାରଗୌରୀ ପାକିର୍ଂ, ଲିଙ୍ଗରାଜ ଏଣ୍ଟ୍ରାନ୍ସ ପ୍ଲାଜା, ହେରିଟେଜ ପାର୍କ, କେଦାରଗୌରୀ ପ୍ଲାଜା, ଅନନ୍ତ ବାସୁଦେବ ପ୍ଲାଜା ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ କରିବାକୁ ଏନ୍‌ଏମ୍‌ଏ ଏନଓସି ଦେଇଛନ୍ତି। ସେହିପରି କୋଣାର୍କ ପ୍ରକଳ୍ପ ପାଇଁ ମଧ୍ୟ ଏନ୍‌ଓସି ଦେଇଛନ୍ତି।
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ, ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଶୀର୍ବାଦ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅକ୍ଳାନ୍ତ ଉଦ୍ୟମ ଯୋଗୁ ଆଜି ଏହା ସମ୍ଭବ ହୋଇଛି। ଏଥିସହିତ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ, ପୂର୍ତ୍ତ ସଚିବ, ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ମଧ୍ୟ ଏ ଦିଗରେ ଅନେକ ଉଦ୍ୟମ କରିଛନ୍ତି। ଏନ୍‌ଓସି ଦେଇଥିବାରୁ ସ୍ଥାନୀୟ ବିଧାୟକ ଭାବେ ସେ ଏଥିପାଇଁ ଏନ୍‌ଏମ୍‌ଏକୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri