ରାଜ୍ୟରେ ବର୍ଷା ଆରମ୍ଭ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଓଡ଼ିଶାକୁ ପଶ୍ଚିମା ଝଡ଼ର ଆଗମନ ଯୋଗୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ସୋମବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇଛି। ଏଥିସହିତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ବିଶେଷକରି ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ମଙ୍ଗଳବାର ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ବଜ୍ରପାତ ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଓ ଅନୁଗୋଳକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହିତ ଉତ୍ତର ଆଭ୍ୟନ୍ତ୍ରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୩ରୁ ୧୪ ତାରିଖ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ଏପଟେ ସୋମବାର ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଥିଲା। ପ୍ରାୟ ୮ଟା ପର୍ଯ୍ୟନ୍ତ କୁହୁଡ଼ି ରହିଥିଲା। ଉତ୍ତର ଉପକୂଳ ଓଡ଼ିଶା, ଖୋର୍ଦ୍ଧା ଓ ପୁରୀର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଲାଗି ରହିଥିଲା। ଅନ୍ୟପଟେ ବର୍ଷା ଯୋଗୁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ପାଇଛି। ସୋମବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୧୦ଡିଗ୍ରୀ ରହିଥିଲା। ଆସନ୍ତା ଦୁଇଦିନ ମଧ୍ୟ ରାଜ୍ୟରେ ଆହୁରି ୨ରୁ ଡିଗ୍ରୀ ତାପମାତ୍ରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri