ରାଜ୍ୟରେ ବର୍ଷା ଆରମ୍ଭ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଓଡ଼ିଶାକୁ ପଶ୍ଚିମା ଝଡ଼ର ଆଗମନ ଯୋଗୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ସୋମବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇଛି। ଏଥିସହିତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ବିଶେଷକରି ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ମଙ୍ଗଳବାର ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ବଜ୍ରପାତ ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଓ ଅନୁଗୋଳକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହିତ ଉତ୍ତର ଆଭ୍ୟନ୍ତ୍ରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୩ରୁ ୧୪ ତାରିଖ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ଏପଟେ ସୋମବାର ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଥିଲା। ପ୍ରାୟ ୮ଟା ପର୍ଯ୍ୟନ୍ତ କୁହୁଡ଼ି ରହିଥିଲା। ଉତ୍ତର ଉପକୂଳ ଓଡ଼ିଶା, ଖୋର୍ଦ୍ଧା ଓ ପୁରୀର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଲାଗି ରହିଥିଲା। ଅନ୍ୟପଟେ ବର୍ଷା ଯୋଗୁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ପାଇଛି। ସୋମବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୧୦ଡିଗ୍ରୀ ରହିଥିଲା। ଆସନ୍ତା ଦୁଇଦିନ ମଧ୍ୟ ରାଜ୍ୟରେ ଆହୁରି ୨ରୁ ଡିଗ୍ରୀ ତାପମାତ୍ରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri