ତିନି ଲେୟାର, ଏନ୍‌-୯୫ ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଓଡ଼ିଶାରୁ ୪ଜଣ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବାପରେ ସତର୍କ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଗୋଟିଏ ଲେୟାର ମାସ୍କ ନ ପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ୍‌-୯୫ ମାସ୍କ ପିନ୍ଧିବା ପାଇଁ ଡିଏମ୍‌ଇଟି ରମାରମଣ ମହାନ୍ତି ପରାମର୍ଶ ଦେଇଛନ୍ତି। ଏଥିସହ ଓମିକ୍ରନ ୫ଗୁଣ ଅଧିକ ଜୋରରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ରୋକ ଲଗାଯାଇଛି। ଯେଉଁଠି ଗହଳି ଓ ବଣଭୋଜି ହେଉଛି, ସେଠାରେ ଆକ୍ସନ ନେବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିସହ ଆଉ ୪ଟି ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ଯାଇଥିବା ସେ ସୂଚନା ଦେଇଛନ୍ତି। ଆଇସିୟୁ ବେଡ୍‌ ଓ ଭେଣ୍ଟିଲେଟର ସବୁକୁ କାର୍ଯ୍ୟକ୍ଷମ ମୋଡ୍‌ରେ ରଖାଯାଇଥିବା ଡିଏମ୍‌ଇଟି ସୂଚନା ଦେଇଛନ୍ତି।
ଓମିକ୍ରନକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଥିବାରୁ ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ଦୁଇଟି ଅଧ୍ୟୟନ କହୁଛି ଓମିକ୍ରନ୍‌ର ବିଶେଷ ପ୍ରଭାବ ପଡ଼ି ନ ପାରେ। କିନ୍ତୁ ପୂର୍ବପରି ଆମକୁ ସଜାଗ ରହିବାକୁ ପଡ଼ିବ। ଭିଡ଼ ନିୟନ୍ତ୍ରଣ ହେଉଛି ସୁବୁଠୁ ଗୁରୁତ୍ୱପୂର୍ଣ୍ଣ। ପ୍ରଧାନମନ୍ତ୍ରୀଙ୍କ ବୈଠକରେ ସର୍ଭିଲାନ୍ସ, ଟିକାକରଣ, କୋଭିଡ଼ ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି। ଯେତେ ପଜିଟିଭ୍‌ ଚିହ୍ନଟ ହେବେ, ସେମାନଙ୍କର ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯିବ ବୋଲି ସେ କହିଛନ୍ତିି। ଏପଟେ ସଂକ୍ରମଣ ରୋକିବା ପାଇଁ ଟିକାକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆଯାଇଛି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ ଡା. ବିଜୟ ପାଣିଗ୍ରାହୀ। ରାଜ୍ୟରେ ଘରକୁ ଘର ଟିକାକରଣ ଜାରି ରହିଛି। ୨ କୋଟି ୮୮ ଲକ୍ଷ ଲୋକ ପ୍ରଥମ ଡୋଜ୍‌ ନେଇ ସାରିଛନ୍ତି। ୩୭ ଲକ୍ଷ ଲୋକ ପ୍ରଥମ ଡୋଜ୍‌ ଟିକା ନେଇ ନ ଥିବାବେଳେ ୩୧ ଲକ୍ଷ ଲୋକ ଦ୍ୱିତୀୟ ଡୋଜ୍‌ ଟିକା ନେଇନାହାନ୍ତି। ଜାନୁୟାରୀ ୧୫ ସୁଦ୍ଧା ସମସ୍ତଙ୍କୁ ପ୍ରଥମ ଡୋଜ୍‌ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ପାଣିଗ୍ରାହୀ କହିଛନ୍ତି।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯ ଜିଲାରୁ ୧୪୧ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦,୫୩,୬୪୫ରେ ପହଞ୍ଚତ୍ଛି। ସେହିଭଳି ରାଜ୍ୟରେ ଆଉ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ପରେ କରୋନା ଜନିତ ମୃତ୍ୟୁ ୮,୪୫୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri