ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ ବୋଲି ବିଜେଡି ମୁଖପାତ୍ର ଈପ୍ସିତା ସାହୁ କହିଛନ୍ତି ।
ଈପ୍ସିତା କହିଛନ୍ତି, ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଭଳି ବରିଷ୍ଠ ନେତା ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁରକ୍ଷା ଦେବା ଲାଗି ଆଗେଇ ଆସିବା ଦେଖି ଆଶ୍ଚର୍ଯ୍ୟ ଲାଗୁଛିି। ଆଉ ଏଥିନେଇ ସେ ଲଜ୍ଜିତ ହେବା କଥା। କାରଣ ପ୍ରଶାନ୍ତ ଜଗଦ୍ଦେବ ସେହି ବ୍ୟକ୍ତି ଯିଏ ମଦ୍ୟପାନ କରି ନିଜ କାର୍‌ରେ ଭାଜପା କର୍ମୀ ଓ ସମର୍ଥକଙ୍କ ଉପରେ ଗାଡ଼ି ଚଢ଼ାଇବାକୁ ଉଦ୍ୟମ କରିଥିଲେ । ଏଥିପାଇଁ ତାଙ୍କୁ ଗିରଫ କରାଯାଇ ଜେଲରେ ରଖାଯାଇଥିଲା ା
ଏହା ପୂର୍ବରୁ ଜଗଦ୍ଦେବ ଖୋର୍ଦ୍ଧାର ଜଣେ ଭାଜପା ନଗର ସଭାପତିଙ୍କୁ ମାଡ଼ ମାରିଥିଲେ। ପ୍ରଶାନ୍ତ ଜଗଦ୍ଦେବ ଓ ତାଙ୍କ ସହ ଥିବା କେତେଜଣ ଅସାମାଜିକ ବ୍ୟକ୍ତି କେବଳ ଇଭିଏମ୍‌ ଭାଙ୍ଗି ନ ଥିଲେ, ଦୁଇଦିନ ତଳେ ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ରେ ଥିବା ପୋଲିଂ ବୁଥ୍‌ରେ ପ୍ରିଜାଇଡିଂ ଅଫିସର ଓ ପୋଲିଂ କର୍ମଚାରୀଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ତାଙ୍କ ସହ ଥିବା ଅପରାଜିତା ଷଡ଼ଙ୍ଗୀଙ୍କ କାର୍‌ରେ ସେ ସେଠାରୁ ଫେରାର୍‌ ହେଉଥିଲେ। ଯେଉଁମାନେ ସେହି ସମୟରେ ଧାଡ଼ିରେ ଥିଲେ ଏବଂ ଜଗଦ୍ଦେବ ତାଙ୍କୁ ପଛକୁ ଠେଲି ଦେଇଥିବା ଦେଖିଛନ୍ତି। କାହାକୁ ବୋକା ବନାଇବାକୁ ଚେଷ୍ଟା କରୁଛି ଓଡ଼ିଶା ଭାଜପା। ଆମେ ଆଶା କରୁଛୁ ଯେ ଓଡ଼ିଶା ଭାଜପାର କିଛି ଲଜ୍ଜା ଭାବ ରହିବ ଏବଂ ଜଗଦ୍ଦେବଙ୍କ ଭଳି ଜଣେ ଅଭ୍ୟାସଗତ ଅପରାଧୀଙ୍କୁ ରକ୍ଷା କରିବାକୁ ଆସିବ ନାହିଁ। ଭାଜପା ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଥିବା ନିର୍ବାଚନ ପର୍ଯ୍ୟଟକମାନେ ପ୍ରଥମେ ଭାଜପାରେ ଗୁଣ୍ଡା, ଠକ ଓ ଜମି ଜବରଦଖଲକାରୀଙ୍କ କଥା କୁହନ୍ତୁ। ତେବେ ଓଡ଼ିଶା ଭାଜପାର ଏଭଳି ନିମ୍ନସ୍ତରର ରାଜନୀତି ଯୋଗୁ ଲୋକମାନେ ସେମାନଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି ବୋଲି ଈପ୍ସିତା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri