ନୀତି-ଅନୀତି ଲୋକଲୋଚନକୁ ଆଣିବା ଗଣମାଧ୍ୟମର କର୍ତ୍ତବ୍ୟ

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ରବିବାର ଜିଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି । ସମାରୋହରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉପସ୍ଥିତ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେ କହିଥିଲେ, ଗଣମାଧ୍ୟମ ହେଉଛି ସମାଜର ଦର୍ପଣ, ସମାଜରେ ଘଟୁଥିବା ପ୍ରତ୍ୟେକ ନୀତି-ଅନୀତି, ଉନ୍ନତି-ଅବନତି ଏବଂ ବିଭିନ୍ନ ବିଷୟ ଉପରେ ଦେଖାଯାଉଥିବା ମତ ଓ ଭିନ୍ନମତକୁ ଲୋକଲୋଚନକୁ ଆଣିବା ହେଉଛି ଗଣମାଧ୍ୟମର ଦାୟିତ୍ୱ। ଏହି ଦାୟିତ୍ବକୁ ଯେଉଁ ଗଣମ୍ଯଯଯମ ସଠିକ ଭାବେ ତୁଲାଇ ଜନସମାଜର ବିକାଶ ସହିତ ଏକ ସକାରାତ୍ମକ ପରିବେଶ ସୃଷ୍ଟି କରିବାରେ ସହାୟକ ହୁଅନ୍ତି, ସେମାନେ ହେଉଛନ୍ତି ବାସ୍ତବରେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଯୁଗରେ ପ୍ରତ୍ୟେକ ଖବରକୁ ପୁଙ୍ଖାନୁପୁଙ୍ଖ ଭାବେ ତର୍ଜମା କରିବା ଉଚିତ। ବରିଷ୍ଠ ଖବରଦାତା ପ୍ରସନ୍ନ କୁମାର ମିଶ୍ର ମୁଖ୍ୟକ୍ତାଭାବେ ଯୋଗ ଦେଇ ଉକ୍ତ ବର୍ଷର ବିଷୟବସ୍ତୁ ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ, ଉପରେ ନିଜ ମତ ରଖି କହିଥିଲେ, ଗଣମାଧ୍ୟମ ଜଗତର ଆଜିର ପରିପ୍ରେକ୍ଷୀରେ ଅତ୍ୟନ୍ତ ସାମୟିକ ଓ ଗୁରୁତ୍ୱପୂର୍ଣ୍ଣ । ତେଣୁ ସମସ୍ତେ ସତ୍ୟ, ନିରପେକ୍ଷ ଏବଂ ନୀତିସମ୍ପନ୍ନ ସାମ୍ବାଦିକତା ପ୍ରତି ଅବିରତ ପ୍ରୟାସ କରିବା ସହ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଓ ଗଣତନ୍ତ୍ରୀୟ ମୂଲ୍ୟବୋଧ ସୁଦୃଢ଼ କରିବା ପାଇଁ କାର୍ଯ୍ୟ କରିବା ଉଚିତ । ସୋସିଆଲ ମିଡିଆ ଓ ତୀବ୍ର ସୂଚନା ଗତିର ଯୁଗରେ ଯେଉଁଠି ଭ୍ରମାତ୍ମକ ସୂଚନା ଦ୍ରୁତ ଭାବେ ପ୍ରସାରିତ ହେଉଛି, ସେଠି ସମସ୍ତେ ସତ୍ୟନିଷ୍ଠ ଓ ଦାୟିତ୍ୱଶୀଳ ସାମ୍ବାଦିକତା କରି ଜନମାନସରେ ଆସ୍ଥା ଓ ବିଶ୍ୱାସ ଜଗାଇ ପାରିଲେ ଆମ ସାମ୍ବାଦିକତା ସାର୍ଥକ ହେବ । ବିଭିନ୍ନ ପରିବର୍ତ୍ତନଗୁଡିକ ସତ୍ତ୍ବେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ହୋଇ ସଠିକ ତଥ୍ୟ ଲୋକଲୋଚନକୁ ଆଣିବା ସହ ଜନସାଧାରଣଙ୍କ ଆଗରେ ସତ୍ୟତା ପ୍ରତିପାଦନ କରିବା ହେଉଛି ସାମ୍ବାଦିକତାର ମୂଳମନ୍ତ୍ର । ତେଣୁ ପାଇଁ ସମସ୍ତ ଗଣମାଧ୍ୟମ ପ୍ରତିନିଧୂ ସାମ୍ବାଦିକତାର ମୂଳମନ୍ତ୍ରକୁ ପାଥେୟ କରି କାର୍ଯ୍ୟକରିବା ସହ ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଶାସନ ସହିତ ସମନ୍ବୟ ରଖି କାର୍ଯ୍ୟ କରିବା ଉଭୟଙ୍କ ପାଇଁ ନିହାତି ଜରୁରୀ ବୋଲି ମିଶ୍ର କହିଥିଲେ ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଏବଂ ଡେପୁଟି କଲେକ୍ଟର ସୂର୍ଯ୍ୟମଣୀ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ, ସମ୍ବାଦିକତା ମାଧ୍ୟମରେ ଏକ ସୁସ୍ଥ ଗଣତନ୍ତ୍ର ପାଇଁ ସମ୍ପ୍ରଦାୟକୁ ସଂଯୋଗ କରିବା ସହ ସମାଜକୁ ଅବଗତ କରାଇବାରେ ଗଣମ୍ଯଯଯମ ପ୍ରତିନିଧିଙ୍କ ଭୂମିକା ଗୁରୁତ୍ବପୂର୍ଣ । ତେଣୁ ସମୟର ତାଳ ସହ ତାଳ ମିଶାଇ ନିଜକୁ ଶିକ୍ଷିତ କରିବା ଆବଶ୍ୟକ। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଜିଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି, ଲୋକ ସମ୍ପର୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri