Posted inଜାତୀୟ

ନାଗରିକଙ୍କ ଧନଜୀବନ ରକ୍ଷା ରାଷ୍ଟ୍ରର ପରମ କର୍ତ୍ତବ୍ୟ

ନୂଆଦିଲ୍ଲୀ, ୨୭ା୨(ପି.ଟି.): ସବୁ ସମୟରେ ନାଗରିକ ଓ ଅନ୍ୟମାନଙ୍କ ଧନଜୀବନର ସୁରକ୍ଷାକୁ ସୁନିଶ୍ଚିତ କରାଇବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହରିୟାଣାର ଝାଜ୍ଜର କୋର୍ଟରେ ଥିବା ଏକ ମାମଲାକୁ ଦିଲ୍ଲୀ ଅଦାଲତକୁ ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନର ଶୁଣାଣି ବେଳେ ଜଷ୍ଟିସ କେ.ଏମ୍‌. ଜୋସେଫ ଏବଂ ବି.ଭି. ନାଗରତ୍ନାଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଯେକୌଣସି ବ୍ୟକ୍ତିଙ୍କ ହାତରେ ପ୍ରତ୍ୟେକ ଉଦ୍ୟମ ସଫଳ ହେଲେ ଫୌଜଦାରୀ ଆଇନର ପ୍ରଭାବ ଦୁର୍ବଳ ହୋଇଯିବ ବୋଲି ଖଣ୍ଡପୀଠ କହିଥିଲେ।

ସରକାରୀ ନିଯୁକ୍ତି ଏବଂ ଶିକ୍ଷାନୁଷ୍ଠାନରେ ସ୍ଥାନ ସଂରକ୍ଷଣ ଦାବି ନେଇ ଜାଟ୍‌ ସମ୍ପ୍ରଦାୟ ୨୦୧୬ରେ ହିଂସାତ୍ମକ ଆନ୍ଦୋଳନ ଚଳାଇଥିବାବେଳେ ଝାଜ୍ଜର ସମ୍ପ୍ରଦାୟର ବହୁ ଘରଦ୍ୱାର ଓ ସମ୍ପତ୍ତି ପୋଡ଼ିହୋଇ ନଷ୍ଟ ହୋଇଥିଲା। ଉକ୍ତ ମାମଲାକୁ ନୂଆଦିଲ୍ଲୀ ସ୍ଥାନାନ୍ତର ପାଇଁ ଝାଜ୍ଜର ସମ୍ପ୍ରଦାୟର ୩୮ ଜଣ ଆବେଦନ କରିଥିଲେ। ବାର୍‌ ଅଧ୍ୟକ୍ଷ ଥିବା ଜଣେ ପ୍ରଭାବଶାଳୀ ଆଇନଜୀବୀଙ୍କ ପାଇଁ ମାମଲା ପ୍ରଭାବିତ ହେଉଥିବା ଆବେଦନକାରୀ ଦର୍ଶାଇଥିଲେ। ତେବେ ୪୨ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିବାରୁ ମାମଲା ସ୍ଥାନାନ୍ତର କରିବାକୁ ଖଣ୍ଡପୀଠ ମନା କରିଦେଇଥିଲେ। ତେବେ ମାମଲା ଉପରେ କେତେକ ଟିପ୍ପଣୀ ଓ ନିର୍ଦ୍ଦେଶନାମାର ଆବଶ୍ୟକତା ରହିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri