‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’

ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଆସି ସମସ୍ୟା ନ ବୁଝିବା ଦୁର୍ଭାଗ୍ୟଜନକ। ପରିସ୍ଥିତି ପାଇଁ ଅଞ୍ଚଳବାସୀ ନୁହଁ ସରକାରଙ୍କ ଅବହେଳା ଦାୟୀ। କାଶୀପୁର ବ୍ଲକକୁ ଯଥେଷ୍ଟ ଟଙ୍କା ଆସୁଥିଲେ ମଧ୍ୟ ଅଞ୍ଚଳର ବିକାଶ ହୋଇପାରୁନାହିଁ। ପାନୀୟ ଜଳ ଓ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଏଥିପାଇଁ ତୁରନ୍ତ ଏକ ଟାସ୍କଫୋର୍ସ ଗଠନ କରାଯାଇ କାଶୀପୁର ବ୍ଲକର ସମସ୍ତ ପଞ୍ଚାୟତକୁ ବିଶୁଦ୍ଧ ପାନୀୟ ଜଳର ସୁବ୍ୟବସ୍ଥା ଏବଂ ରାସ୍ତାଘାଟର ସୁବିଧା କରିବା ଦିଗରେ ପଦକ୍ଷେପ ନିଆଯାଉ। କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ରବିବାର ସର୍ବାଧିକ ପ୍ରଭାବିତ ଟିକିରି ଝୋଡ଼ିଆ ସାହି, ଓଷାପଡ଼ା ଏବଂ ଦୁଡ଼ୁକାବାହାଲ ଗ୍ରାମ ପରିଦର୍ଶନ ବେଳେ ଏହା କହିଛନ୍ତି।
ସେ ଆହୁରି କହିଛନ୍ତି, ଏହି ପ୍ରସଙ୍ଗ ପାର୍ଲାମେଣ୍ଟରେ ଉଠାଇ କେନ୍ଦ୍ର ସରକାର ମଧ୍ୟ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବି କରାଯିବ। ଆର୍‌ଡବ୍ଲ୍ୟୁଏସ୍‌ଏସ୍‌(ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ)ବିଭାଗର ଦୁର୍ନୀତି ବିରୋଧରେ ଭିଜିଲାନ୍ସ ତଦନ୍ତ ନିମନ୍ତେ ମଧ୍ୟ ଦାବି କରିବି ବୋଲି ସେ କହିଛନ୍ତି। କାଶୀପୁର ଗସ୍ତ ସମୟରେ ଏମ୍‌ପି ମୃତକଙ୍କ ପରିବାରକୁ ଭେଟିଥିଲେ। ଓଷାପଡ଼ା ସ୍ଥିତ ଉତ୍କଳ ହସ୍ପିଟାଲ ଏବଂ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଚିକିତ୍ସାଧୀନ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏମ୍‌ପିଙ୍କ ଗସ୍ତ ସମୟରେ ଦେବାଶିଷ କର, ଜିଲା କଂଗ୍ରେସ ସଭାପତି ଦୁର୍ଗା ପଣ୍ଡାଙ୍କ ସମେତ ଦଳୀୟ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri