‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’

ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଆସି ସମସ୍ୟା ନ ବୁଝିବା ଦୁର୍ଭାଗ୍ୟଜନକ। ପରିସ୍ଥିତି ପାଇଁ ଅଞ୍ଚଳବାସୀ ନୁହଁ ସରକାରଙ୍କ ଅବହେଳା ଦାୟୀ। କାଶୀପୁର ବ୍ଲକକୁ ଯଥେଷ୍ଟ ଟଙ୍କା ଆସୁଥିଲେ ମଧ୍ୟ ଅଞ୍ଚଳର ବିକାଶ ହୋଇପାରୁନାହିଁ। ପାନୀୟ ଜଳ ଓ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଏଥିପାଇଁ ତୁରନ୍ତ ଏକ ଟାସ୍କଫୋର୍ସ ଗଠନ କରାଯାଇ କାଶୀପୁର ବ୍ଲକର ସମସ୍ତ ପଞ୍ଚାୟତକୁ ବିଶୁଦ୍ଧ ପାନୀୟ ଜଳର ସୁବ୍ୟବସ୍ଥା ଏବଂ ରାସ୍ତାଘାଟର ସୁବିଧା କରିବା ଦିଗରେ ପଦକ୍ଷେପ ନିଆଯାଉ। କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ରବିବାର ସର୍ବାଧିକ ପ୍ରଭାବିତ ଟିକିରି ଝୋଡ଼ିଆ ସାହି, ଓଷାପଡ଼ା ଏବଂ ଦୁଡ଼ୁକାବାହାଲ ଗ୍ରାମ ପରିଦର୍ଶନ ବେଳେ ଏହା କହିଛନ୍ତି।
ସେ ଆହୁରି କହିଛନ୍ତି, ଏହି ପ୍ରସଙ୍ଗ ପାର୍ଲାମେଣ୍ଟରେ ଉଠାଇ କେନ୍ଦ୍ର ସରକାର ମଧ୍ୟ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବି କରାଯିବ। ଆର୍‌ଡବ୍ଲ୍ୟୁଏସ୍‌ଏସ୍‌(ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ)ବିଭାଗର ଦୁର୍ନୀତି ବିରୋଧରେ ଭିଜିଲାନ୍ସ ତଦନ୍ତ ନିମନ୍ତେ ମଧ୍ୟ ଦାବି କରିବି ବୋଲି ସେ କହିଛନ୍ତି। କାଶୀପୁର ଗସ୍ତ ସମୟରେ ଏମ୍‌ପି ମୃତକଙ୍କ ପରିବାରକୁ ଭେଟିଥିଲେ। ଓଷାପଡ଼ା ସ୍ଥିତ ଉତ୍କଳ ହସ୍ପିଟାଲ ଏବଂ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଚିକିତ୍ସାଧୀନ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏମ୍‌ପିଙ୍କ ଗସ୍ତ ସମୟରେ ଦେବାଶିଷ କର, ଜିଲା କଂଗ୍ରେସ ସଭାପତି ଦୁର୍ଗା ପଣ୍ଡାଙ୍କ ସମେତ ଦଳୀୟ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଥର ରକ୍ତଦାନ କରି ଚର୍ଚ୍ଚାରେ ଦିବ୍ୟାଙ୍ଗ ଶିକ୍ଷକ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri