ପ୍ରତିଶୋଧ ମନୋଭାବ ରଖି ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ: ଭାରତ

ଜେନେଭା, ୮।୧୦: ଜାତିସଂଘ ସୁରକ୍ଷା ପରିଷଦର ଅପବ୍ୟବହାର କରି ପ୍ରତିଶୋଧ ମନୋଭାବ ରଖି କୌଣସି ଦେଶର ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ଭାରତ କହିଛନ୍ତି। ବିନା ପ୍ରମାଣରେ ଏବଂ ଆଇନଗତ ବ୍ୟବସ୍ଥାରେ ସ୍ବଚ୍ଛତା ରଖି ଏଭଳି କରାଯିବା ନିନ୍ଦନୀୟ। ପାକିସ୍ତାନ ଭାରତ ୪ ଜଣ ସାଧାରଣ ଜନତାଙ୍କ ବିରୋଧରେ ଏଭଳି ଅନ୍ୟାୟ ଜାରି ରଖିଛି। ସେମାନଙ୍କ ନାମକୁ ପାକିସ୍ତାନ ଜାତିସଂଘ ସୁରକ୍ଷା ପରିଷଦର ୧୨୬୭ ଅଲ୍‌-କାଇଦା ଅନୁମୋଦନ କମିଟିକୁ ପଠାଇଛି। ସେମାନଙ୍କ ମଧ୍ୟରେ ଆଙ୍ଗାରା ଆପ୍ପାଜୀ, ଗୋବିନ୍ଦ ପଟ୍ଟନାୟକ, ଅଜୟ ମିସ୍ତ୍ରୀ ଏବଂ ବେଣୁମାଧବ ଡୋଙ୍ଗରାଙ୍କ ନାମ ରହିଛି। ପୂର୍ବରୁ ଜୁନ୍‌ ଜୁଲାଇରେ ଅଜୟ ମିସ୍ତ୍ରୀ ଏବଂ ବେଣୁମାଧବ ଡୋଙ୍ଗରାଙ୍କ ନାମକୁ ସୁରକ୍ଷା ପରିଷଦରେ ଆମେରିକା, ବ୍ରିଟେନ, ଫ୍ରାନ୍ସ୍‌, ଜର୍ମାନୀ ଏବଂ ବେଲଜିୟମ୍‌ ପକ୍ଷରୁ ରୋକା ଯାଇଥିଲା। ସେହିପରି ଏବେ ଆଙ୍ଗାରା ଆପ୍ପାଜୀ ଏବଂ ଗୋବିନ୍ଦ ପଟ୍ଟନାୟକଙ୍କ ନାମକୁ ମଧ୍ୟ ରୋକା ଯାଇଛି। ସମ୍ପୃକ୍ତ ଭାରତୀୟଙ୍କ ବିରୋଧରେ ଆବଶ୍ୟକ ପ୍ରମାଣ ଦାଖଲ କରାଯାଇ ନ ଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏସମ୍ପର୍କରେ ଜାତିସଂଘରେ ଥିବା ଭାରତୀୟ ସ୍ଥାୟୀ ମିଶନର ଆଇନଗତ ପରାମର୍ଶ ଦାତା ୟେଦଲା ଉମାଶଙ୍କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?