Posted inଜାତୀୟ

ଲିଭ୍‌-ଇନ୍‌ରେ ରହିବା ଅପବିତ୍ର

ଚଣ୍ଡିଗଡ,୨୨।୮: ପଞ୍ଜାବ ଏବଂ ହରିୟାଣା ଉଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ଲିଭ୍‌-ଇନ୍‌ ରିଲେସନଶିପ୍‌କୁ ଅପବିତ୍ର ଘୋଷଣା କରିଛନ୍ତି। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜଣେ ବିବାହିତା ମହିଳାଙ୍କ ଲିଭ-ଇନ ରିଲେସନ୍‌ଶିପ୍‌ରେ ଥିବା ଜଣେ ଯୋଡିଙ୍କ ସୁରକ୍ଷା ଆବେଦନକୁ ପ୍ରତ୍ୟାଖ୍ୟାନ କରିବା ପୂର୍ବରୁ ଏହାକୁ ଅପବିତ୍ର ବୋଲି କହିଛନ୍ତି। ଜଷ୍ଟିସ ସନ୍ଥ ପ୍ରକାଶ ଏହି ମାମଲାର ଶୁଣାଣି କରି କହିଛନ୍ତି ଯେ, ଆବେଦନକାରୀ ମହିଳା ଜଣଙ୍କୁ ତାଙ୍କ ମାତାପିତା ଜୁଲାଇ ୨୦୧୮ ରେ ତାଙ୍କ ଇଚ୍ଛା ବିରୋଧରେ ତାଙ୍କୁ ବିବାହ କରିଥିଲେ। ପରେ ମହିଳା ଜଣଙ୍କ ଗୋଟିଏ ସନ୍ତାନ ଜନ୍ମ ଦେଇଥିଲେ କିନ୍ତୁ ମହିଳା ଜଣକ ବିବାହରେ ଅସନ୍ତୁଷ୍ଟ ଥିଲେ।
ଏହା ମଧ୍ୟ ଅଭିଯୋଗ ହୋଇଛି ଯେ ସ୍ବାମୀ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତେଣୁ ସେ ତାଙ୍କ ଶାଶୁ ଘର ଛାଡି ଅନ୍ୟ ଜଣେ ଯୁବକଙ୍କ ସହ ଲିଭ୍‌-ଇନ୍‌ ରିଲେସନ୍‌ଶିପ୍‌ରେ ରହୁଥିଲେ। ତାଙ୍କ ସ୍ବାମୀ ଏବଂ ଅନ୍ୟ କିଛି ସମ୍ପର୍କୀୟ ତାଙ୍କ ଏଭଳି ଅନୈତିକ ସମ୍ପର୍କକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ଏବଂ ତାଙ୍କୁ ହତ୍ୟା କରିବାକୁ ଧମକ ଦେଉଛନ୍ତି ବୋଲି ମହିଳା ଏବଂ ତାଙ୍କ ପାର୍ଟନର୍‌ ଅଭିଯୋଗ ଆଣିଛନ୍ତି। ଏଭଳି ପରିସ୍ଥିତିରେ ଅଗଷ୍ଟ ୧୩ରେ ସେ ପୋଲିସ ଅଧିକାରୀଙ୍କ ନିକଟରେ ଅଭିଯୋଗ ପତ୍ର ଦାଖଲ କରିଥିଲେ। କିନ୍ତୁ ତାଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ତାଙ୍କୁ ହାଇକୋର୍ଟରେ ଆବେଦନ କରିବାକୁ ବାଧ୍ୟ ହୋଇଥିଲେ। ଆବେଦନକାରୀଙ୍କ ମାମଲା ଶୁଣିବା ପରେ ଜଷ୍ଟିସ ସନ୍ଥ ମାମଲା ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri